ଦେଶ ବିଦେଶ

ବିକଶିତ ଭାରତ@୨୦୪୭: ଟିମ୍‌ ଇଣ୍ଡିଆର ଭୂମିକା ଉପରେ ହେବ ଆଲୋଚନା

ଆଜି ଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ, ଦକ୍ଷତା ବିକାଶ, ମହିଳା ସଶକ୍ତୀକରଣ ଏବଂ ବିକାଶ ଭିତ୍ତିଭୂମି ସମେତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା । ବୈଠକର ମୁଖ୍ୟ ବିଷୟ ବିକଶିତ ଭାରତ@୨୦୪୭: ଟିମ୍‌ ଇଣ୍ଡିଆର ଭୂମିକା ଉପରେ ଆଲୋଚନା ହେବ । ଏହି ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳଙ୍କୁ ନିମନ୍ତ୍ରଣ କରାଯାଇଛି ।

ତେବେ ଏହି ବୈଠକରେ ଦେଶର ୮ ଜଣ ମୁଖ୍ୟମନ୍ତ୍ରୀ ସାମିଲ ହେବେ ନାହିଁ ବୋଲି ଜଣାପଡିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ଓ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ବୈଠକକୁ ସିଧାସଳଖ ବଏକଟ୍ କରିଛନ୍ତି । ତେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଉପସ୍ଥିତ ରହିବେ ନାହିଁ ବୋଲି ଜଣାପଡିଥିବାବେଳେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ଭିଜୟନ୍ ତାଙ୍କ ଅନୁପସ୍ଥିତ କାରଣ ଏଯାବତ୍ ଦର୍ଶାଇ ନାହାନ୍ତି ।

ଏ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି, ଦେଶର ପ୍ରଧାନମନ୍ତ୍ରୀ ସୁପ୍ରିମକୋର୍ଟଙ୍କ ଆଦେଶକୁ ଖାତିର କରୁ ନାହାନ୍ତି । ଏହା ସହିତ ସେ କେନ୍ଦ୍ର ସରକାରଙ୍କ ସଂଘୀୟ ବ୍ୟବସ୍ଥା ଏକ ପରିହାସରେ ପରିଣତ ହୋଇଛି ବୋଲି କହିଛନ୍ତି । ଅପରପକ୍ଷେ, କେନ୍ଦ୍ର ସରକାର ପଞ୍ଜାବର ହିତ ପାଇଁ ଧ୍ୟାନ ଦେଉ ନ ଥିବାରୁ ଏହି ବୈଠକରେ ସାମିଲ ହେବେ ନାହିଁ ବୋଲି ଜଣାଇଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।