ଓଡିଶା କଳା ସଂସ୍କୃତି

କାଳିଆଠାକୁରଙ୍କ ନନ୍ଦିଘୋଷ ଭାଙ୍ଗିବେ ଅଭିମାନିନୀ ଶ୍ରୀଦେବୀ

ବ୍ୟୁରୋ ରିପୋର୍ଟ : ଆଜି ହେଉଛି ଶ୍ରୀଜିଉଙ୍କ ଗୁଣ୍ଡିଚା ଯାତ୍ରାର ପଞ୍ଚମ ଦିନ ଅର୍ଥାତ୍ ପବିତ୍ର ହେରା ପଞ୍ଚମୀ । ବିଧି ପରମ୍ପରା ଅନୁଯାୟୀ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ହୋଇଥିଲା । ଗଇଁଠାଳ ଫିଟି ନ ଥିବାବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସତ ହେଉଥିଲେ । ଆଉ ସୁସ୍ଥ ହେବା ପରେ ନବବିବାହିତା ଧର୍ମପତ୍ନୀ ମହାଲକ୍ଷ୍ମୀଙ୍କୁ ଛାଡି ବଡଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେଦୀକୁ ଯାତ୍ରା କରିଛନ୍ତି ।

ଏଣେ ଅଭିମାନରେ ଶ୍ରୀଦେବୀ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଗୁଣ୍ଡିଚା ମନ୍ଦିର ଆସନ୍ତି । ହେଲେ ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ଶ୍ରୀଦେବୀଙ୍କୁ କୁହନ୍ତି । ଏଥିରେ ରାଗିଯାଇ ଫେରିବା ବେଳେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗି ଦେଇଯାଆନ୍ତି ଶ୍ରୀଦେବୀ । ଏହି ପରମ୍ପରାକୁ ହେରାପଞ୍ଚମୀ କୁହାଯାଏ ।

ହେରାପଞ୍ଚମୀ ଦିନ ଅର୍ଥାତ ଆଜି ରାତିରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାଲକ୍ଷ୍ମୀ । ସେପଟେ ମହାଲକ୍ଷ୍ମୀଙ୍କ ଆଗମନ ପୂର୍ବରୁ ମହାପ୍ରଭୁ ଗତକାଲି ଦତ୍ତମହାପାତ୍ର ସେବକଙ୍କ ଦ୍ୱାରା ବନକଲାଗି ହୋଇଛନ୍ତି । ଆଜି ସଂଧ୍ୟା ଆଳତୀ ପରେ ଏକ ସୁସଜିତ ବିମାନରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ । ହେଲେ ସନ୍ଧ୍ୟା ଧୂପ ଚାଲିଥିବା ବେଳେ ଟେରା ପଡିଥିବା କାରଣରୁ ମହାପ୍ରଭୁଙ୍କ ଭେଟ ନପାଇ ରାଗରେ ଅଭିମାନ କରିବେ ମହାଲକ୍ଷ୍ମୀ । ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ ବେଳେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ । ଏହାପରେ ଅଭିମାନୀନି ମହାଲକ୍ଷ୍ମୀ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗିବେ । ବଡଦାଣ୍ଡ ଓ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ପ୍ରସ୍ଥାନ କରିବାର ପରମ୍ପରା ରହିଛି । ଅନ୍ୟପକ୍ଷରେ ଆଡପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଲାଗି ରହିଛି । ଏଥିସହ ଗତକାଲି ଆଡ଼ପ ଅବଢ଼ା ପାଇଛନ୍ତି ଭକ୍ତ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା