ଓଡିଶା

ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧ ଵାର୍ଷିକୀ ପାଳିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌରପରିଷଦ ଆନୁକୂଲ୍ୟରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଡା ରୁଦ୍ରନାରାୟଣ ଦାଶ ଏବଂ ପୌରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ପ୍ରମୁଖ ଉପସ୍ଥିତ ରହି ଖେରସଛକ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପୌରପରିଷଦ ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, କାଉନସିଲର ଶ୍ରୀମତୀ କ୍ରିନସ୍ ପ୍ରିୟା ପରିଜା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ପୌରପରିଷଦ ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ, ଜିଲ୍ଲା ସ°ସ୍କୃତି ଅଧିକାରୀ ଦିଲ୍ଲିପ କୁମାର ଜେନା, ବରିଷ୍ଠ ସହାୟକ ଦିପକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା