୧୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ବ୍ୟୁରୋ ରିପୋର୍ଟ : ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି । ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିକେନ୍ଦ୍ରର ସୂଚନା ଅନୁସାରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସେହିପରି ୨୫ ତାରିଖ ଦିନ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କେତେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନୟାଗଡ଼ ଆଦି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ଦିନ ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।