ଓଡିଶା

ଓଡିଶାର ପିଛା ଛାଡୁନି ଦୁର୍ଘଟଣା, ଦିଗପହଣ୍ଡିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା…

ବ୍ୟୁରୋ ରିପୋର୍ଟ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁକ ସଡ଼କ ଦୁର୍ଘଟଣା । OSRTC ବସ୍ ଓ ଘରୋଇ ବସ୍‌ରେ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଆହତ ହୋଇଥିବା ସୂଚନା । ଜଣଙ୍କର ଅବସ୍ଥା ଗୁରୁତର ହୋଇଥିବାବେଳେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା । ମୃତକ ମଧ୍ୟରେ ଅଛନ୍ତି ୬ଜଣ ପୁରୁଷ,୪ ଜଣ ମହିଳା ଓ ୨ଜଣ ଶିଶୁ । ସେମାନେ ହେଲେ ଶିବାନୀ ପ୍ରଧାନ, ରୁପାଲି ପ୍ରଧାନ, ସୁଜ୍ଞାନୀ କୁମାର ପ୍ରଧାନ, ସଙ୍ଗୀତା ଡାକୁଆ, ଲିଟୁ ନାୟକ, ତ୍ରିପତି ପ୍ରଧାନ, ରମେଶ ପ୍ରଧାନ, ସୀତାରାମ ପ୍ରଧାନ, ଶୁଭେନ୍ଦୁ ପ୍ରଧାନ, ସଞ୍ଜୟ ମେଦିନ ରୟଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବର୍ଷକର ଶିଶୁ ହାର୍ଦ୍ଦିକ ଓ ୩ ବର୍ଷର ଶିଶୁ ଦିବ୍ୟାଂଶୁ ପ୍ରଧାନଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଛି ।

ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ ବ୍ରହ୍ମପୁରରୁ ବିବାହ ଭୋଜି ସାରି ବସ୍‌ରେ ଖୁସିରେ ଖଣ୍ଡଦେଉଳି ଫେରୁଥିଲେ ବନ୍ଧୁବାନ୍ଧବ । ଏହି ସମୟରେ OSRTC ବସ୍‌ ଗୁଡାରିରୁ ଭୁବନେଶ୍ୱର ଅଭିମୁଖେ ଫେରୁଥିଲା । ଖେମୁଣ୍ଡି କଲେଜ ନିକଟରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।  

ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ଖବର ପ୍ରଚାରିତ ହେବା ପରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳି ଯାଇଥିବା ବେଳେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ମୃତକଙ୍କ ପରିବାରପାଇଁ ସହାୟତା ରାଶି ଘୋଷଣା କରାଯାଇଛି । ସମସ୍ତ ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଏଥିସହ ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେପଟେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ମୃତାହତଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ପିଛା ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି । 

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା