ଓଡିଶା

ଅଟୋକୁ ଧକ୍କା ଦେଲା କାର । ସେପଟେ କାର ସହ ଧକ୍କା ହେଲା ବାଇକ ।

ବାଲେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧିଛକ- ବାଲିଆପାଳ ମୁଖ୍ୟ ରାସ୍ତାର ପେଜଗଳା ବ୍ରିଜ ନିକଟରେ ସିରିଜ ଦୁର୍ଘଟଣା । ଘଟଣା ସ୍ଥଳରେ ୧୦ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ବାଲିଆପାଳ ଅଞ୍ଚଳର ୨ ଜଣ ଲୋକ ରୋଗୀ ନେଇ କାର ଯୋଗେ ହସ୍ପିଟାଲ୍ ଯାଉଥିବା ବେଳେ ପେଜଗଳା ବ୍ରିଜ ନିକଟରେ ବସ୍ତା ଷ୍ଟେସନକୁ ଯାତ୍ରୀ ନେଇ ଯାଉଥିବା ଏକ ଅଟୋ ସହ ଧକ୍କା ହୋଇଥିଲା । ସେହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ କାର ସହ ଜୋରରେ ଧକ୍କା ହୋଇ ରାସ୍ତା ତଳକୁ ଖସି ପଡିଥିଲା । ଫଳରେ ଅଟୋ, କାର ଏବଂ ବାଇକ ସିରିଜ ଦୁର୍ଘଟଣା ଘଟିଛି । ଗୁରୁତରଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ବାଲେଶ୍ବର ଏବଂ ବସ୍ତା ହସ୍ପିଟାଲକୁ ପଠାଇଥିବା ବେଳେ ଖବର ପାଇ ବସ୍ତା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ରିପୋର୍ଟ : ବାଲିଆପାଳରୁ ଚନ୍ଦନ ଅଣ୍ଡିଆ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା