ଓଡିଶା

ମହାମହିମଙ୍କ ଓଡିଶାଗସ୍ତକୁ ନେଇ ତତ୍ପର ଓଡିଶା ପୋଲିସ…

ବ୍ୟୁରୋ ରିପୋର୍ଟ : ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ବିମାନ ବନ୍ଦରରୁ ଓହ୍ଲାଇ ମହାମହିମ ସ୍ୱତନ୍ତ୍ର କାରକେଡରେ ସିଧା ରାଜଭବନ ଯିବେ । ସେଠାରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ରାଜଭବନ ପରିସରରେ ନିର୍ମାଣ ହେବାକୁ ଥିବା ନୂଆ କୋଠାର ଶିଳାନ୍ୟାସ କରିବେ । ପରେ ରାଜଭବନଠାରେ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କୁ ଭେଟିବେ ଓ ସେଠାରେ ରାତ୍ରି ଯାପନ କରିବେ ।

୨୬ ତାରିଖରେ କଟକ ଚଣ୍ଡିମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ସେହିଦିନ କଟକ ଉଚ୍ଚନ୍ୟାୟଳୟର ୭୫ ତମ ପ୍ରତିଷ୍ଠା ଦିବସ ସମାରୋହ, କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବେ ।

୨୭ ତାରିଖରେ ଭୁବନେଶ୍ବରର ତମାଣ୍ଡୋର ଦଶବାଟିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବାର ସୂଚନା ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି । କମିଶନରେଟ ପୋଲିସ ପକ୍ଷରୁ କାରକେଡ ରିହର୍ସସାଲ ମଧ୍ୟ କରାଯାଇଛି । ବ୍ଲୁ-ବୁକ୍ ଗାଇଡଲାଇନ ଆଧାରରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ୩୬ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି । ରାଷ୍ଟ୍ରପତିଙ୍କ କାରକେଡ ଦାୟିତ୍ୱରେ ଏସପି ରାଙ୍କ ଅଧିକାରୀ ରହିବେ ବୋଲି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି । ଏହା ସହ ୧୨ ଜଣ ଆଡ଼ସିନାଲ ଡିସିପି, ୨୫ ଜଣ ଏସିପି, ୪୦ ଜଣ ଇନସପେକ୍ଟର, ୧୨୦ ଜଣ ଏସଆଇ ଓ ଏଏସଆଇ ନିୟୋଜିତ ହୋଇଥିବା ସୂଚନା ମିଳିଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା