ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ବ୍ୟୁରୋ ରିପୋର୍ଟ : ଆସନ୍ତାକାଲିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଶନିବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହା । ଏହାପରେ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ । ଏହାବାଦ ଦଳର ବରିଷ୍ଠ ଅଧିକାରୀଙ୍କ ସହ ରୁଦ୍ଧଦ୍ୱାରା ବୈଠକ କରିବେ । ବୈଠକ ପରେ ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନ ବନ୍ଦର ଲାଉଞ୍ଜରେ ବି ଦଳୀୟ କର୍ମୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତକୁ ନେଇ ବିଜେପିରେ ଉତ୍ସାହ ଦେଖିବାକୁ ମିଳିଛି ।
ଏପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତକୁ ନେଇ ତେଜିଛି ରାଜନୀତି । ଦିଲ୍ଲୀ ବିଲ୍କୁ ବିଜେଡିର ସମର୍ଥନ ଓ ଅନାସ୍ଥାକୁ ବିରୋଧ ପରେ ନବୀନ ପଟ୍ଟନାୟକଙ୍କୁ ବଧେଇ ଦେବାକୁ ସେ ଆସୁଥିବା କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ବିରୋଧୀ ମେଣ୍ଟ ଇଣ୍ଡିଆ ଗଠନ ପରେ ବିଜେପି ଭୟଭୀତ ହୋଇ ସେଟିଂରେ ଲାଗି ପଡିଥିବା ସେ କହିଛନ୍ତି ।