ଓଡିଶା

ଅଗଷ୍ଟ ୧୬ରୁ କାର୍ଯ୍ୟବନ୍ଦ ଆନ୍ଦୋଳନରେ କରିବ ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ

କୋଟପାଡ : ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କୁ ୩ ଦଫା ଦାବି ଦେଇଆସୁଛି ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ । ହେଲେ ସରକାରଙ୍କ ପକ୍ଷରୁ ତାଙ୍କୁ ମିଳୁଛି କେବଳ ପ୍ରତିଶ୍ରୁତି । କିନ୍ତୁ ସେମାନଙ୍କ ଦାବି ଏବେ ପର୍ଯ୍ୟନ୍ତ ପୂରଣ ହୋଇପାରିନାହିଁ । ଏ ନେଇ କୋଟପାଡ଼ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟର କୋଟପାଡ଼ ବିଇଓଙ୍କୁ ପ୍ରଦାନ କରାଯାଇଛି ।

ଏହି ଦାବି ଗୁଡିକ ହେଲା – ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର ଠିକା ନିଯୁକ୍ତିକୁ ଉଚ୍ଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା ସହିତ ଶିକ୍ଷାକର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟକାଳକୁ ନ୍ୟାସନାଲ ଇନକ୍ରିମେଣ୍ଟ ପ୍ରଦାନ କରି ମୂଳ ଚାକିରୀରେ ଗଣନା କରିବା ସହିତ ଏକ୍ସ କ୍ୟାଡର ଶିକ୍ଷକ, କଳା ଓ କ୍ରୀଡା ଶିକ୍ଷକଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରିବା ।

ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ବେତନ ଅର୍ଥାତ୍ ମୂଳ ବେତନ ଲେଭେଲ୍ ୯ ଗ୍ରେଡ ପେ ୪୨୦୦ ଅନୁଯାୟୀ ପ୍ରଦାନ କରିବା । ଏବଂ ନୂତନ ପେନସନ ପ୍ରଥା ଉଚ୍ଛେଦ କରି ପୁରୁଣା ପେନସନ ବ୍ୟବସ୍ଥାକୁ ପୁନଃପ୍ରଚଳନ କରିବା ।

ହେଲେ ଦୁଃଖ ଓ ପରିତାପର ବିଷୟ ଆଜକୁ ଆଠ ମାସରୁ ଉର୍ଦ୍ଧ୍ବ ସମୟ ବିତିଯାଇଥିଲେ ମଧ୍ୟ ପ୍ରାଥମିକ ଶିକ୍ଷକଙ୍କର ନିମ୍ନ ଲିଖିତ ଦାବି ଏଯାବତ୍ ପୂରଣ କରାଯାଇ ପାରିଲାନାହିଁ । ଏ ନେଇ ଶିକ୍ଷକ ସଂଘ ଆନ୍ଦୋଳନ କରିବା ସହିତ ଦାବି ପୂରଣ ନ ହେଲେ ଆସନ୍ତା ଅଗଷ୍ଟ ୧୬ ତାରିଖରୁ ଓଡ଼ିଶାର ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହି କାର୍ଯ୍ୟ ବନ୍ଦ ଆନ୍ଦୋଳନରେ ସାମିଲ ହେବାକୁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛନ୍ତି ।

ରିପୋର୍ଟ : କୋଟପାଡରୁ ସୁନୀଲ ଦାଶ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା