ଓଡିଶା

ରାଣୀ ମା’ଙ୍କ ଜନ୍ମ ଦିବସ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ

ବେଗୁନିଆପଡା : ଖଲିକୋଟ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି ସୁଜ୍ଞାନ କୁମାରୀ ଦେଓଙ୍କ ୮୬ ତମ ଜନ୍ମ ଦିବସ ଉପଲକ୍ଷେ ଏସ୍. ଛଚିନାସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ତତ୍ୱାବଧାନରେ ଆୟୋଜିତ ଏହି ରକ୍ତଦାନ ଶିବିରକୁ ରାଜ୍ୟ କାଜୁ ନିଗମ ଅଧକ୍ଷ ସୁବାସ ମହାରଣା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏଥିରେ ମୋଟ ୨୯୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଏସ୍. ଛଚିନା, ଚନ୍ଦନପୁର, କେ.ବରିଡା, ଖଣ୍ଡିଆନଈ, ବେଗୁନିଆପଡା, ମର୍ଦ୍ଦକୋଟ ଓ ଚିଙ୍ଗୁଡ଼ିଖୋଲ ପଂଚାୟତକୁ ନେଇ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ଏଥିରେ ବ୍ଲକ ଅଧକ୍ଷା ରେଣୁ ଗୌଡ଼, ଉପାଧ୍ୟକ୍ଷ ସୁଧାକର ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟା ମଧୁମିତା ସାହୁ, କଲ୍ୟାଣୀ ପାତ୍ର, ପ୍ରତିନିଧି ସୁଶାନ୍ତ କୁମାର ସ୍ୱାଇଁ, ସମାଜସେବୀ ସୁରେନ୍ଦ୍ର ନାଥ ତିଆଡ଼ି, ମହେନ୍ଦ୍ର ଗୌଡ଼, ବିଜେଡି ସଭାପତି ସିମାଞ୍ଚଳ ସାମଲ, ମର୍ଦ୍ଦକୋଟ ସରପଞ୍ଚ ସନ୍ତୋଷ କୁମାର ବିଶ୍ବାଳ, ବେଗୁନିଆପଡା ସରପଞ୍ଚ ପ୍ରତିନିଧି ଦଣ୍ଡୁ ପ୍ରଧାନଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ, ଯୁବ ଗୋଷ୍ଠୀ ଓ  ରକ୍ତଦାତାମାନେ ଉପସ୍ଥିତ ଥିଲେ । ଏହି ଅବସରରେ ବ୍ରହ୍ମପୁର ରକ୍ତ ଭଣ୍ଡାରର କର୍ମଚାରୀମାନେ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ ।

ରିପୋର୍ଟ : ବେଗୁନିଆପଡାରୁ ବାପୁନି କୁମାର ମାଲୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା