ଓଡିଶା ମନୋରଞ୍ଜନ

ପଞ୍ଚଲିଙ୍ଗେଶ୍ବର ପୀଠର ରୂପାନ୍ତର ପାଇଁ ଖର୍ଚ୍ଚ ହେବ ୧୫ କୋଟି ୫୮ ଲକ୍ଷ ଟଙ୍କା…

ବାଲେଶ୍ବର : ବାଲେଶ୍ବର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ବର ହେବ ରୂପାନ୍ତର । ଏଥିପାଇଁ ଖର୍ଚ୍ଚ ହେବ ୧୫ କୋଟି ୫୮ ଲକ୍ଷ ଟଙ୍କା । ମୁଖ୍ୟମନ୍ତ୍ରୀ ଏ ନେଇ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ନେଇ ଏବେ ଆରମ୍ଭ ହୋଇଯାଇଛି ରାଜନୀତି । ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଥିବାବେଳେ ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଜରିଆରେ ମଧ୍ୟ ଧନ୍ୟବାଦ ଦିଆଯାଇଛି ।  ସେପଟେ କଂଗ୍ରେସ କହୁଛି ଅବହେଳିତ ପଞ୍ଚଲିଙ୍ଗେଶ୍ଵର ଶୈବପୀଠକୁ ଲୋକଲୋଚନକୁ ଆଣିଛି କଂଗ୍ରେସ । ବର୍ତ୍ତମାନ ନିର୍ବାଚନକୁ ଆଖି ଆଗରେ ରଖି ସରକାର ଏପରି ଘୋଷଣା କରିଛନ୍ତି ।

ସୂଚନା ଅନୁସାରେ, ଗତ ଜୁନ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ ପାଣ୍ଡିଆନ ବାଲେଶ୍ବର ଗସ୍ତ କରି ପଞ୍ଚଲିଙ୍ଗେଶ୍ବର ପୀଠ ପରିଦର୍ଶନ କରିଥିଲେ । ମନ୍ଦିରର ସେବାୟତ, ପରିଚାଳନା କମିଟି ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରିବା ପରେ ଏହାର ରୂପାନ୍ତର ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପଞ୍ଚଲିଙ୍ଗେଶ୍ଵର ରୂପାନ୍ତର ପାଇଁ ହୋଇଥିବା ମାଷ୍ଟରପ୍ଲାନ ଅନୁଯାୟୀ ସଂପୂର୍ଣ୍ଣ ପ୍ରକଳ୍ପକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇ ବିକଶିତ କରାଯିବ । ଏହି ୪ଟି ଜୋନ୍‌ ହେଲା – ବଡମ୍ବା ମନ୍ଦିର, ପଞ୍ଚଲିଙ୍ଗେଶ୍ବର ଶୈବପୀଠରେ ଉନ୍ନତି କରଣ, ଜଳପ୍ରପାତ ଅଞ୍ଚଳ, ସପିଂ କମ୍ପ୍ଲେକ୍ସ ଓ ପାର୍କ ଏବଂ ପାନ୍ଥଶାଳା ଅଞ୍ଚଳ ବିକାଶ ।

ପ୍ରଥମେ ବଡମ୍ବା ମନ୍ଦିରରେ ଭକ୍ତଙ୍କ ପାଇଁ ଅଧିକ ସୁବିଧା କରାଯାଇ ପଥର ପାହାଚ, ବେଞ୍ଚ, ୱାଚ ଟାୱାର, ବସିବା ସ୍ଥାନ, ଗ୍ରାନାଇଟରେ ଚଲାପଥ ଆଦି ବିକଶିତ କରାଯିବ । ଜୋନ୍‌-୨ରେ ପଞ୍ଚଲିଙ୍ଗେଶ୍ବର ମନ୍ଦିର ଓ ଜଳପ୍ରପାତ ଅଞ୍ଚଳର ବିକାଶ ହେବ । ସମଗ୍ର ପୀଠ ପରିସର ପୁନଃବିକାଶ ସହିତ ଗୁମ୍ଫା ଓ ଯଜ୍ଞ ମଣ୍ଡପର ପ୍ରବେଶ ପଥ ନିର୍ମାଣ କରାଯିବ । ପୂଜାର୍ଚ୍ଚନା ସ୍ଥାନର ପରିବର୍ଦ୍ଧନ କରାଯାଇ ସୌନ୍ଦର୍ଯ୍ୟକରଣ କରାଯିବ । ଏହାଛଡା ଶୌଚାଳୟ ଓ ପରିଧାନ ବଦଳ ଗୃହ ମଧ୍ୟ ନିର୍ମାଣ କରାଯିବ । ତୃତୀୟ ଜୋନରେ ସପିଂ କମ୍ପ୍ଲେକ୍ସ ନିର୍ମାଣ କରାଯିବ ଏବଂ ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ପାର୍କ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ । ଆଉ ଶେଷରେ ପାନ୍ଥଶାଳା ଅଞ୍ଚଳରେ ଗାଡିମଟର ପାର୍କିଂ ତଥା ପିକନିକ୍‌ ପାଇଁ ପିଣ୍ଡିର ବ୍ୟବସ୍ଥା ମଧ୍ୟ କରାଯିବ । ସେଠାରେ ଫୁଡକୋର୍ଟ, ଜଳକ୍ରୀଡା ଓ ପିଲାମାନଙ୍କ ଖେଳ ପାଇଁ ସୁବିଧା କରାଯିବ ।

ପଞ୍ଚଲିଙ୍ଗେଶ୍ବର ଶୈବ ପୀଠ ରାଜ୍ୟର ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ । ଜଙ୍ଗଲ, ପାହାଡ, ଜଳପ୍ରପାତରେ ଭରା ମନୋରମ ପରିବେଶ ସାଙ୍ଗକୁ ପୀଠ ପରିସର ଅଧିକ ଆକର୍ଷଣୀୟ ହୋଇ ଗଢିଉଠିଛି । ପ୍ରତିଦିନ ବିଭିନ୍ନ ସ୍ଥାନରୁ ଶହ ଶହ ପର୍ଯ୍ୟଟକ ଏହି ପୀଠକୁ ଆସି ଆଧ୍ୟାତ୍ମିକ ତଥା ମାନସିକ ଶାନ୍ତି ଲାଭ କରିଥାନ୍ତି । ଏ ପୀଠର ବିକାଶ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାରେ ସଫଳ ହେବ ।

ବିଜେଡି ପକ୍ଷରୁ ସ୍ଥାନୀୟ କାର୍ଯ୍ୟାଳୟରେ ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଛନ୍ତି ।

ନୀଳଗିରି ନିର୍ବାଚନ ମଣ୍ଡଳୀର ବିଭିନ୍ନ ମନ୍ଦିର ପର୍ଯ୍ୟଟନ ସ୍ଥଳୀର ବିକାଶ ସହିତ ପଞ୍ଚଲିଙ୍ଗେଶ୍ଵର ଶୈବପୀଠର ଉନ୍ନତିକରଣ ନିମନ୍ତେ ୨୦୨୦ ମସିହାରେ ବିଧାୟକ ପତ୍ର ଲେଖି ଦାବି କରିଥିଲେ । ତାହାକୁ ଏବେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକାରୀ କରିଥିବାରୁ ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଧାୟକ । ସେପଟେ ବିଜେଡି ପକ୍ଷରୁ ତାପସ ପରିଡା ଏହା କଣ ବଡ କଥା ବୋଲି କହିଛନ୍ତି ।

ରିପୋର୍ଟ : ନୀଳଗିରିରୁ ସତ୍ୟାନନ୍ଦ ପାତ୍ର

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା