୧୪ଦଫା ଦାବି ନେଇ ମାଧ୍ୟମିକ ଶିକ୍ଷକ ସଂଘ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା

ଜଗତସିଂହପୁର : ୧୪ଦଫା ଦାବି ନେଇ ମାଧ୍ୟମିକ ଶିକ୍ଷକ ସଂଘ ଓଷ୍ଟା ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା, ବିକ୍ଷୋଭ ପ୍ରଦର୍ଶନ ସହ ଜିଲ୍ଲା ଶିକ୍ଷାଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି । ଜଗତସିଂହପୁର ଜିଲ୍ଲା ମାଧ୍ୟମିକ ଶିକ୍ଷକ ସଂଘ ଓଷ୍ଟା ଜିଲ୍ଲା ଶାଖା ପକ୍ଷରୁ ସଂଘର ଶତାଧିକ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀ ଉପସ୍ଥିତ ରହି ଥାନା ଛକ ନିକଟରୁ ଏକ ପ୍ରତିବାଦ ଶୋଭାଯାତ୍ରାରେ ବାହାରି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଜଗତସିଂହପୁର ଜିଲ୍ଲା ଓଷ୍ଟା ସଂଘର ସଭାପତି ନାରାୟଣ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ପ୍ରତିବାଦ ସଭା ଆୟୋଜିତ କରାଯାଇଥିଲା । ରାଜ୍ୟର ସମସ୍ତ ଅନୁଦାନ ଯୋଗ୍ୟ ହାଇସ୍କୁଲକୁ ଅନୁଦାନ ପ୍ରଦାନ, ଅନୁଦାନପ୍ରାପ୍ତ ବିଦ୍ୟାଳୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀଙ୍କ ଚାକିରୀ ସର୍ତ୍ତାବଳୀ ସହ ପେନସନ, ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ କମିଶନ ପ୍ରଦାନ, ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟକୁ ସରକାରୀକରଣ, ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପଡିଥିବା ପଦବୀ ପୂରଣ ଆଦି ୧୪ ଦଫା ସମ୍ବଳିତ ଦାବିପତ୍ର ଜିଲ୍ଲା ଶିକ୍ଷାଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଅର୍ଥ ସଚିବ, 5Tସଚିବ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମୁଖଙ୍କୁ ଦିଆଯାଇଛି ।
ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ