ଘରେ ଘରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ…

ଜଗତସିଂହପୁର : ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଜଗତସିଂହପୁର ଜିଲ୍ଲା ବିଜେପି ପକ୍ଷରୁ ଘରେ ଘରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବିଜେପି ଜିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଏକତ୍ରିତ ହୋଇ ଗାନ୍ଧୀ ଛକ ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ସ୍ବାଧୀନତାର ଗୌରବମୟ ଇତିହାସର ସ୍ମୃତିକୁ ମନେ ରଖିବା ପାଇଁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବିଜେପି ପକ୍ଷରୁ କୁହାଯାଇଛି ।
ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ