ଜଗତସିଂହପୁରରେ ୭୭ ତମ ଜିଲ୍ଲାସ୍ତରୀୟ ସ୍ଵାଧିନତା ଦିବସ ପାଳିତ

ଜଗତସିଂହପୁର : ଜଗତସିଂହପୁରରେ ୭୭ ତମ ଜିଲ୍ଲାସ୍ତରୀୟ ସ୍ଵାଧିନତା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ଼ ଅଭିବାଦନ ଗ୍ରହଣ କରିଥିଲେ । ପରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ବିଭିନ୍ନ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ପ୍ରତିଭାମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ରାହୁଲ ବାରିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ