ଓଡିଶା

ଜଟଣୀ ନଗର ଓ ବ୍ଲକ କଂଗ୍ରେସ କମିଟି ତରଫରୁ ଜଟଣୀ ବ୍ଲକ ଘେରାଉ

ଜଟଣୀ : ରାଜ୍ୟ କଂଗ୍ରେସର ଆହ୍ବାନକ୍ରମେ ଆଜି ରାଜ୍ୟର ସମସ୍ତ ୩୧୪ ବ୍ଲକରେ ବ୍ୟାପକ ପିସି କାରବାର, ଆବାସ ଯୋଜନାରେ ଦୁର୍ନୀତି, ଦରଦାମ୍ ବୃଦ୍ଧି, ବେକାରୀ ସମସ୍ୟା, ନାରୀ ନିର୍ଯ୍ୟାତନା, ଚାଷୀ ମାରଣ ନୀତି, ଟାଟା କମ୍ପାନୀର ଖାଉଟି ବିରୋଧୀ ବିଜୁଳି ନୀତି ଆଦି ସମସ୍ୟାକୁ ନେଇ ବ୍ଲକ ଘେରାଉ କରାଯାଇଛି । ଏହି ପରିପ୍ରେକ୍ଷୀରେ ଜଟଣୀ ନଗର ଓ ବ୍ଲକ କଂଗ୍ରେସ କମିଟି ତରଫରୁ ଜଟଣୀ ବ୍ଲକ ଘେରାଉ କରାଯାଇଥିଲା । ଏଥିରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଉପସ୍ଥିତ ରହି ରାଜ୍ୟରେ ବିଜେଡି ସରକାର କୁଶାସନ ଓ କେନ୍ଦ୍ରରେ ବିଜେପି ସରକାରଙ୍କ ମନମାନି ଉପରେ ଗର୍ଜିବା ସହିତ ଏ ନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି । ଏହାସହ ଯଥାଶୀଘ୍ର ସମସ୍ତ ସମସ୍ୟାର ସମାଧାନ ପାଇଁ ବିଡିଓଙ୍କୁ ଦାବି କରିଛନ୍ତି ।

ରିପୋର୍ଟ : ଜଟଣୀରୁ ପ୍ରଶାନ୍ତ କୁମାର ସାହୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା