ଓଡିଶା ବ୍ୟବସାୟ

କର୍ପୋରେଟ୍ ଜଗତର ୧୫ ଜଣ ବିଶିଷ୍ଟ ଉଦ୍ୟୋଗପତିଙ୍କୁ ମିଳିଲା କାଞ୍ଚନ କର୍ପୋରେଟ୍ ଆୱାର୍ଡ

ଭୁବନେଶ୍ବର : ଓଡିଶାର ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ କାଞ୍ଚନ ଫାଉଣ୍ଡେସନ ପକ୍ଷରୁ ଚତୁର୍ଥ କାଞ୍ଚନ କର୍ପୋରେଟ୍ ଆୱାର୍ଡ- 2023 ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ତାପସ ରଞ୍ଜନ ମଲ୍ଲିକଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ତଥା ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ଏଭଳି କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିଥିଲେ ।

ଏଥିରେ ସମ୍ମାନିତ ଅତିଥି ଭାବେ ସରକାରୀ ଦଳର ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା, ଜୟଦେବ ବିଧାୟକ ଡ. ଅରବିନ୍ଦ ଢାଲୀ, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା  ଶ୍ରୀମୟୀ ମିଶ୍ର, ମୋ କଲେଜ ଅଧ୍ୟ ଆକାଶ ଦାସନାୟକ, ପାରାଦ୍ବୀପ ଫସଫେଟ୍ ଲିମିଟେଡର କର୍ପୋରେଟ୍ ଆଫେୟାର୍ସର ମୁଖ୍ୟ ସୁଧିରଞ୍ଜନ ମିଶ୍ର, ବିଶିଷ୍ଟ ଉଦ୍ୟୋଗପତି ଡଃ ଶୁଭାଶିଷ ଦାସ, ଏବଂ ବରିଶ୍ଠ ଆଇନଜୀବୀ ଲଳିତେନ୍ଦୁ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ଓଡିଶାର ବିଭିନ୍ନ କର୍ପୋରେଟ୍ ଜଗତର ୧୫ ଜଣ ବିଶିଷ୍ଟ ଉଦ୍ୟୋଗପତିଙ୍କୁ କାଞ୍ଚନ କର୍ପୋରେଟ୍ ଆୱାର୍ଡ ପ୍ରଦାନ କରାଯାଇଥିଲା ।

ରିପୋର୍ଟ : ଭୁବନେଶ୍ବରରୁ ଅଭିଜିତ୍ ସିଂ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା