ଓଡିଶା

ଜଗତସିଂହପୁରରେ ସଂଗଠିତ ହେଉଛନ୍ତି ବିଜେଡି ମହିଳା ଗୋଷ୍ଠୀ…

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ଥାନୀୟ ଶାରଦା ମଣ୍ଡପରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସବିତା ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ମହିଳା କାର୍ଯ୍ୟକାରିଣୀ ବୈଠକରେ ଅତାବିରା ବିଧାୟିକା ତଥା ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ, ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇ ନବୀନ ସରକାରରେ ମହିଳାମାନଙ୍କ ପାଇଁ ବିଭିନ୍ନ ଯୋଜନା ବାବଦରେ ଆଲୋକପାତ କରିଥିଲେ । ଏହା ସହିତ ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ମହିଳା ବିଜୁ ଜନତା ଦଳର ଭୂମିକା ବାବଦରେ ସମସ୍ତ ମହିଳା କର୍ମୀଙ୍କୁ ଦିଗଦର୍ଶନ ଦେଇଥିଲେ । ବିଜୁ ଜନତା ଦଳ ପକ୍ଷରୁ ମାଆ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରାଯାଇଥିବା ବେଳେ ମହିଳାମାନଙ୍କୁ ସମାଜର ମୁଖ୍ୟ ସୋତ୍ରରେ ସାମିଲ କରି ପରିବାର ଓ ସମାଜର ଉନ୍ନତି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ  ବୋଲି କହିଛନ୍ତି ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ।

ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା