ଓଡିଶା କଳା ସଂସ୍କୃତି

“ମୋ ମାଟି ମୋ ଦେଶ” ସମାବେଶରେ ଯୋଗ ଦେଲେ ରାଜ୍ୟ ସଭାପତି ମନମୋହନ ସାମଲ…

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ “ମୋ ମାଟି ମୋ ଦେଶ” ସମାବେଶରେ ଯୋଗ ଦେଲେ ରାଜ୍ୟ ସଭାପତି ମନମୋହନ ସାମଲ । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଜିଲ୍ଲା ଭାଜପା ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯିବା ସହ ସ୍ଥାନୀୟ ଫରେଷ୍ଟ ଗେଟରୁ ଜଗନ୍ନାଥ ମନ୍ଦିର ଯାଏ ଏକ ବିରାଟ ପଟୁଆରରେ ସମର୍ଥକମାନେ ପାଛୋଟି ଆଣିଥିଲେ । ଏହି ଅବସରରେ ଜଗନ୍ନାଥ ମନ୍ଦିରରେ ସଂଗ୍ରହ କରାଯାଇଥିବା ମାଟିକୁ ବନ୍ଦାପନା କରାଯାଇଥିଲା । ଏହା ପରେ ପୁଣି ଏକ ପଟୁଆରରେ ବାହାରି ବଜାର ଛକରେ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ପରେ ଦଳୀୟ ବୈଠକରେ ଯୋଗଦେଇ ଦଳୀୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଥିଲେ ରାଜ୍ୟ ସଭାପତି ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ଶତପଥୀ, ଉପ ସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ସରୋଜ କର, ଗଜପତି ଜିଲ୍ଲା ପ୍ରଭାରୀ ସରୋଜ ସାବତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସିଧେଶ୍ୱର ମିଶ୍ର, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରଶାନ୍ତ କୁମାର ପାଳ ପ୍ରମୁଖଙ୍କ ସମେତ ଜିଲ୍ଲା ଭାଜପା ନେତୃବୃନ୍ଦ ଓ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲା ଭାଜପା ସଭାପତି ତଥା ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା ।

ରିପୋର୍ଟ : ଗଜପତିରୁ ବିବେକାନନ୍ଦ ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା