ଓଡିଶା

ହିନ୍ଦୀ ଦିବସରେ ହିନ୍ଦୀ ଭାଷାର ଗୁରୁତ୍ବ ଉପରେ ଆଲୋଚନା କଲେ ଉପସ୍ଥିତ ଅତିଥି…

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ  ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ନରସିଂହ ଗୌଡ଼ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ କାର୍ଯ୍ୟକ୍ରମରେ ସ୍ଥାନୀୟ ଦେବୀ ମଠର ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାଶ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ ।

ଏଥିରେ ମୁଖ୍ୟ ଅତିଥି ହିନ୍ଦୀ ଭାଷାର ଗୁରୁତ୍ବ ତଥା ହିନ୍ଦୀ ଭାଷାକୁ ଦୈନନ୍ଦିନ ଜୀବନରେ ବହୁଳ ମାତ୍ରାରେ ପ୍ରୟୋଗ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥିଲେ । କାର୍ଯ୍ୟକ୍ରମ ଶେଷରେ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ହିନ୍ଦୀଭାଷା ଆଧାରିତ ପ୍ରତିଯୋଗିତା ଯଥା:- କବିତା ପଠନ, ବକୃତା, ପ୍ରବନ୍ଧ ଲିଖନ,  କବିଙ୍କ ଜୀବନୀ କଥନ ଆଦିରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ହିନ୍ଦୀ ଭାଷାର ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ସରୋଜ କୁମାର ପଣ୍ଡାଙ୍କ ନେତୃତ୍ୱରେ ତଥା ବିଦ୍ୟାଳୟର ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟର ବରିଷ୍ଠ ହିନ୍ଦୀ ଆଚାର୍ଯ୍ୟ ବିଜୟ କୁମାର ଜେନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରିପୋର୍ଟ : ଗଜପତିରୁ ବିବେକାନନ୍ଦ ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା