ଓଡିଶା

ଜଟଣୀ ବାର୍ ଆସୋସିଏସନ୍ ପକ୍ଷରୁ କୋର୍ଟର ପଞ୍ଚମ ପ୍ରତିଷ୍ଠା ଦିବସ ପାଳିତ

ଜଟଣୀ : ଜଟଣୀରେ ସ୍ଥାପିତ ହୋଇଥିବା କନିଷ୍ଠ ଦେୱାନୀ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଅଦାଲତର ପଞ୍ଚମ ବର୍ଷ ପୂର୍ତ୍ତି ଅବସରରେ ଜଟଣୀ ବାର୍ ଆସୋସିଏସନ୍ ପକ୍ଷରୁ ସ୍ଥାପନା ଦିବସ ମହାଡମ୍ବର ସହକାରେ ପାଳିତ ହୋଇଯାଇଛି l ବାର୍ ଆସୋସିଏସନର ସଭାପତି ଆଇନଜୀବୀ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର ଭାଇସ ଚାନ୍ସେଲର ପ୍ରଫେସର ପ୍ରସନ୍ନ କୁମାର ସ୍ଵାଇଁ, ସମ୍ମାନିତ ଅତିଥି ଭାବେ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର ଭାଇସ୍ ଚାନ୍ସେଲର ଡ ସୁପ୍ରିୟା ପଟ୍ଟନାୟକ ଏବଂ ଜଟଣୀ କନିଷ୍ଠ ଦେୱାନି ଅଦାଲତର ବିଚାରପତି ହିତାଶ୍ରୀ ବେହେରା ଯୋଗଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ବକ୍ତା ଭାବେ ଓଡିଶା ହାଇକୋର୍ଟର ଡ଼େପୁଟି ସଲିସିଟର ଜେନେରାଲ ଅଫ ଇଣ୍ଡିଆ ପ୍ରସନ୍ନ କୁମାର ପାଢ଼ୀ ଯୋଗ ଦେଇଥିଲେ l ଏହି ଅବସରରେ ଆସୋସିଏସନ୍ ପକ୍ଷରୁ ସମ୍ପାଦକ ବିଜୟ କୁମାର ମହାପାତ୍ର ସମ୍ପାଦକୀୟ ବିବରଣୀ ପାଠ କରିଥିଲେ l

ରିପୋର୍ଟ : ଜଟଣୀରୁ ପ୍ରଶାନ୍ତ କୁମାର ସାହୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା