ଓଡିଶା

ଘରେ ଘରେ ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି କରିବ ବିଜେଡି…

ବେଗୁନିଆପଡା : ଘରେ ଘରେ ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି କରାଯିବ । ଏହି ପରିପ୍ରେକ୍ଷୀରେ ଅକ୍ଟୋବର ଦୁଇ, ଗାନ୍ଧୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଭଳି ଏକ ବଡ କାର୍ଯ୍ୟକ୍ରମ ହାତକୁ ନେଇଛି ବିଜେଡି । ରାଜ୍ୟର ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀସ୍ତରରେ ଅକ୍ଟୋବର ଦୁଇ ଗାନ୍ଧୀ ଜୟନ୍ତୀରୁ ଅକ୍ଟୋବର ୧୧ ତାରିଖ ଜୟପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ପାଳନ କରାଯିବ । ସେହିକ୍ରମରେ ବେଗୁନିଆପଡା ବ୍ଲକର ବେଗୁନିଆପଡା ଓ ଚିଙ୍ଗୁଡ଼ିଖୋଲ ପଂଚାୟତରେ ବିଧାୟିକାଙ୍କ ନେତୃତ୍ୱରେ ଏକ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡାସ୍ଥିତ ସୀଦ୍ଧେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା ପରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ଏହି ଅବସରରେ ଗୋପାଳ ସମାଜର କୋଠଘରର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ବିଧାୟିକା । ପରେ ପ୍ରତ୍ୟେକ ସାହି ବୁଲି ସରକାରଙ୍କ ଜନାଭିମୁଖୀ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନତା କରାଇଥିଲେ । ବେଗୁନିଆପଡା ଜଗନ୍ନାଥ ମନ୍ଦିର ନିକଟରେ ଏକ ପଥପ୍ରାନ୍ତ ସଭା କରାଯାଇ ବିଜେଡି ଦଳର ବିଭିନ୍ନ କାର୍ଯ୍ୟକ୍ରମ ଓ ସରକାରଙ୍କ ଯୋଜନା ତଥା ନଵୀନ ବାବୁଙ୍କ ଭାବମୂର୍ତ୍ତି ଓ ବିକାଶ ଉପରେ ଆଲୋଚନା କରାଯାଇଥିଲା । ଏଥିରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ବ୍ଲକ ଅଧକ୍ଷା ରେଣୁ ଗୌଡ଼, ଜିଲ୍ଲା ପରିଷଦ ସଦସ୍ୟା ମଧୁମିତା ସାହୁ, ବେଗୁନିଆପଡା ବ୍ଲକ ଅଧକ୍ଷା ପ୍ରତିନିଧି ଦୁର୍ଯ୍ୟୋଧନ ଗୌଡ଼, ବ୍ଲକ ସଭାପତି ସିମାଞ୍ଚଳ ସାମଲ, ଆତ୍ମା ଅଧକ୍ଷ ବିଜୟ ପ୍ରଧାନ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ତ୍ରିନାଥ ଭୂୟାଁ, ସ୍ଥାନୀୟ ସରପଞ୍ଚ ପ୍ରତିନିଧି, ସମିତି ସଭ୍ୟଙ୍କ ସମେତ ଅନେକ ବିଜେଡି କର୍ମୀ ଯୋଗ ଦେଇଥିଲେ ।

ରିପୋର୍ଟ : ବେଗୁନିଆପଡାରୁ ବାପୁନି କୁମାର ମାଲୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା