ଜଗତସିଂହପୁର ଜିଲ୍ଲା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ…

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶତାଧିକ ବରିଷ୍ଠ ନାଗରିକ ଯୋଗ ଦେଇଥିଲେ । ଏଥିରେ ଜଗତସିଂହପୁର ଏସ୍ପି ରାହୁଲ ପି ଆର୍ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସାଇବର ସଚେତନତା ଶୋଭାଯାତ୍ରାକୁ ଉଦଘାଟନ କରିଥିଲେ । ଏହି ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରୁ ବାହାରି ସହର ପରିକ୍ରମା କରିବା ସହିତ କଲେଜ ଛକ ନିକଟରେ ପହଁଚିଥିଲା । ସେଠାରେ କଳାକାରଙ୍କ ଦ୍ୱାରା ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପୋଲିସର ବହୁ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ଏହାକୁ ପରିଚାଳନା କରିଥିଲେ ।
ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ