ଦେଶ ବିଦେଶ

ସହାୟତା ଘୋଷଣା କଲେ ରାଜ୍ୟ ତଥା କେନ୍ଦ୍ର ସରକାର…

ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ପରେ ମୃତାହତଙ୍କ ପାଇଁ ସହାୟତାର ସୁଅ ଛୁଟିଛି । ଦୁର୍ଘଟଣାରେ ମୃତହାତ ହୋଇଥିବା ଲୋକଙ୍କ ପାଇଁ ପିଏମ୍, ରେଳ ବିଭାଗ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି । ରେଳ ଦୁର୍ଘଟଣାରେ ମୃତ ସମସ୍ତ ଯାତ୍ରୀଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ମୂଳକ ରାଶି ଦିଆଯିବ । ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ମୃତାହତଙ୍କୁ ସହାୟତା ରାଶି ଦିଆଯିବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି ରେଳ ବିଭାଗ ପକ୍ଷରୁ ମୃତକଙ୍କ ପରିବାର ବର୍ଗକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ଲକ୍ଷ ୫୦ ହଜାର ଓ ସାମାନ୍ୟ ଆହତ ବ୍ୟକ୍ତି ୫୦ ହଜାର ଲେଖାଏଁ ଦେବାକୁ ଘୋଷଣା କରାଯାଇଛି । ସେହିପରି ଆନ୍ଧ୍ରପ୍ରଦେଶ ବାସିନ୍ଦାଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ସମେତ ଅନ୍ୟ ରାଜ୍ୟର ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ପ୍ରଦାନ କରିବାକୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଗୁରୁତରଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଟ୍ରେନ୍ ଦୁର୍ଘଟଣାରେ ମୃତାହତ ଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇ ଗଭୀର ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଭାବିତଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କଥା ହେବା ସହ ସ୍ଥିତିର ସମୀକ୍ଷା କରିଛନ୍ତି ମୋଦୀ । ଦୁର୍ଘଟଣା ସଂପର୍କରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କ ସହ ଆଲୋଚନା କରିବା ପରେ ସ୍ଥିତି ନିୟନ୍ତ୍ରଣଧୀନ ରହିଥିବା କହିଛନ୍ତି ଅଶ୍ୱିନୀ ବୈଷ୍ଣବ ।

ସେହିପରି ମର୍ମନ୍ତୁଦ ରେଳ ଦୁର୍ଘଟଣା ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏସ୍ଆରସି ଏବଂ ରାୟଗଡ଼ା ଓ କୋରାପୁଟ ଜିଲ୍ଲାପାଳଙ୍କୁ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ତୁରନ୍ତ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବା ପାଇଁ ୪ଟି ଓଡ୍ରାଫ୍ ଟିମ୍ ପଠାଇବାକୁ ମୁଖ୍ୟମନ୍ତ୍ରୀ ଏସ୍ଆରସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।