ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜରିଆରେ ଗଞ୍ଜାମକୁ ମିଳିଲା ୨୧ କୋଟି ପଚାଶ ଲକ୍ଷ ଟଙ୍କାର ୫୦୮ ଟି ପ୍ରକଳ୍ପ..

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବେଗୁନିଆପଡା ବ୍ଲକରେ ମଧ୍ୟ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆମ ଓଡିଶା ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଭିଡିଓ କନଫରେନ୍ସ ମାଧ୍ୟମରେ ଉପସ୍ଥିତ ରହି ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମି ଏବେ ସୁଦୃଢ ହୋଇପାରିଛି ବୋଲି କହିଥିଲେ । ଏହି ଅବସରରେ ବେଗୁନିଆପଡା ବ୍ଲକର ସମସ୍ତ ଗ୍ରାମ ପଞ୍ଚାୟତର ଉନ୍ନତିକରଣ ନିମନ୍ତେ ୫୦୮ ଟି ପ୍ରକଳ୍ପ ପାଇଁ ମୋଟ ୨୧ କୋଟି ପଚାଶ ଲକ୍ଷ ଟଙ୍କାର ବ୍ୟୟ ବରାଦ ହୋଇଥିବା ଜଣାପଡିଛି । କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ସୁକାନ୍ତ କୁମାର ମିଶ୍ର, ବିଡ଼ିଓ ପ୍ରଜ୍ଞା ପ୍ରିୟଦର୍ଶିନୀ, କୋଦଳା ତହସିଲଦାର ସସ୍ମିତା ଶତପଥୀ, ବ୍ଲକ ଅଧକ୍ଷା ରେଣୁ ଗୌଡ଼, ଉପାଧ୍ୟକ୍ଷ ସୁଧାକର ପ୍ରଧାନଙ୍କ ସମେତ ବହୁ ଜନ ପ୍ରତିନିଧି, ସରକାରୀ କର୍ମଚାରୀ ଓ ମହିଳା ଯୋଗ ଦେଇଥିଲେ ।
ରିପୋର୍ଟ : ବେଗୁନିଆପଡାରୁ ବାପୁନି କୁମାର ମାଲୁ