ଓଡିଶା

ଜଗତସିଂହପୁର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ବିଧାୟକ ରଘୁନନ୍ଦନ ଦାସ…

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ବିଧାୟକ ରଘୁନନ୍ଦନ ଦାସ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଜି ଶ୍ରୀ ଦାସ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି । ଜଗତସିଂହପୁର ସ୍ଥିତ ତାଙ୍କ କାର୍ଯ୍ୟାଳୟରେ ବିଭିନ୍ନ ସରକାରୀ ଦଳର ବରିଷ୍ଠ ଅଧିକାରୀ, ସ୍ଥାନୀୟ ନେତୃମଣ୍ଡଳୀ ଓ ଦଳୀୟ କର୍ମୀମାନେ ପୁଷ୍ପଗୁଚ୍ଛ ଦେଇ ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ସ୍ୱାଗତ କରିଥିଲେ । ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ପ୍ରଥମେ ବିଧାୟକ ଶ୍ରୀ ଦାସ ମା ଶାରଳାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା ଲାଭ କରିବା ପରେ କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଥିଲେ । ଏହାକୁ ନେଇ ଜିଲ୍ଲାବାସୀ ବେଶ୍ ଖୁସି ଥିବା ସହିତ ବିଧାୟକ ଶ୍ରୀ ଦାସ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି । ଆଗକୁ ସାଧାରଣ ନିର୍ବାଚନକୁ କମ୍ ସମୟ ଥିବାରୁ ଜିଲ୍ଲାର ଅନେକ ଉନ୍ନତି ମୂଳକ କାର୍ଯ୍ୟ କିପରି ତ୍ବରାନ୍ବିତ ହୋଇ ପାରିବ ସେଥିପ୍ରତି ପ୍ରାଥମିକତା ଦେବେ ବୋଲି ବିଧାୟକ କହିଛନ୍ତି ।

ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା