ଓଡିଶା

ହିନ୍ଦୋଳରେ ବଢିବାରେ ଲାଗିଛି ରାଜନୈତିକ ଶତ୍ରୁତା…

ହିନ୍ଦୋଳ, ୧୬ ନଭେମ୍ବର : ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଜରଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଜରଡ଼ାରେ ଘଟିଛି ଏକ ଅଭାବନୀୟ ଘଟଣା ।  ଜରଡା ଗ୍ରାମର ସରୋଜ କୁମାର ପାଢ଼ୀ ଗ୍ରାମ ନିକଟସ୍ଥ ଆଶ୍ରମରେ ଫୁଲ ତୋଳୁଥିବା ସମୟରେ ଦୁଇଜଣ ଅଚିହ୍ନା ଦୁର୍ବୁର୍ତ୍ତଙ୍କ ଆକ୍ରମଣର ଶିକାର ହୋଇଛନ୍ତି । ଆହତ ସରୋଜଙ୍କର ହାତ, ବେକ ଏବଂ ଗୋଡ଼ରେ ଶକ୍ତ ଆଘାତ ଲାଗିଛି । ରାଜନୈତିକ ଶତ୍ରୁତାରୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି । ଏ ନେଇ ରାସୋଳ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି । ଅଭିଯୋଗ ଆଧାରରେ ରସୋଳ ଥାନା ଅଧିକାରୀ ଏ ସମ୍ବନ୍ଧରେ ଅଧିକ ତଦନ୍ତ କରୁଥିବା ଜଣା ପଡିଛି ।

ରାସୋଳ ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି, ହିଂସା ଏବଂ ଗାଡ଼ି ପୋଡ଼ାଜଳା ଭଳି ଅନେକ ଅପରାଧିକ ଘଟଣାମାନ ଘଟୁଥିଲେ ମଧ୍ୟ ପୋଲିସ ଏ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବଢିବାରେ ଲାଗିଛି । ସେପଟେ ଉକ୍ତ ପଂଚାୟତରେ ହେଉଥିବା ବିଭିନ୍ନ ଉର୍ଣ୍ଣୟନ ମୂଳକ କାର୍ଯ୍ୟର ଅନିୟମିତତା ସମ୍ପର୍କରେ ଅଭିଯୋଗ କରିବାରୁ ଓ କହିବାରୁ ତାଙ୍କୁ ରାଜନୈତିକ ଆକ୍ରୋଶ ରଖି ଆକ୍ରମଣ ହୋଇଛି ବୋଲି ଆହତ ସରୋଜ ପାଢ଼ୀ ପ୍ରକାଶ କରିଛନ୍ତି । ଯାହାକୁ ନେଇ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।

ରିପୋର୍ଟ : ଢେଙ୍କାନାଳରୁ ସୁଜିତ୍ କୁମାର ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା