ଓଡିଶା

ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପ-ବାଚସ୍ପତି…

ଭୁବନେଶ୍ୱର, ୨୧/୧୧ : ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପ-ବାଚସ୍ପତି । ସାଲୁଗା ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ବିଧାନସଭାର ଉପ-ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ସାଲୁଗା ପ୍ରଧାନ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ । ମଙ୍ଗଳବାର ବିଧାନସଭା ଅଧିବେଶନ ଆରମ୍ଭ ପୂର୍ବରୁ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହରେ ଆନୁଷ୍ଠାନିକ ଭାବେ ଉପ-ବାଚସ୍ପତିଙ୍କ ନାମ ଘୋଷଣା କରିଛନ୍ତି ।

୬୪ ବର୍ଷିୟ ସାଲୁଗା ପ୍ରଧାନ କନ୍ଧମାଳ ଜିଲ୍ଲାର ଜଣେ ଟାଣୁଆ ଆଦିବାସୀ ନେତା । ବିଜେଡି ଟିକେଟରେ ସାଲୁଗା ପ୍ରଧାନ ପ୍ରଥମେ ୨୦୦୦ ମସିହାରେ ଜି. ଉଦୟଗିରି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ୨୦୧୯ ମସିହାରେ ମଧ୍ୟ ସାଲୁଗା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।
ଚଳିତ ମାସ ୮ ତାରିଖରେ ରଜନୀକାନ୍ତ ସିଂ ଇସ୍ତଫା ଦେବା ପରେ ଉପବାଚସ୍ପତି ପଦ ଖାଲି ପଡିଥିଲା । ଉପବାଚସ୍ପତି ଏକ ସାମ୍ବିଧାନିକ ପଦ । ତେଣୁ ସାମ୍ବିଧାନିକ ପଦବୀରେ ଥିବାରୁ ଦଳୀୟ ସଂଗଠନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରୁନଥିଲେ ପୂର୍ବତନ ଉପ-ବାଚସ୍ପତି ରଜନୀକାନ୍ତ ସିଂ । ଆଗକୁ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳୀୟ ସଂଗଠନ ସହ ଦଳୀୟ କାର୍ଯ୍ୟ ପାଇଁ ସେ ଇସ୍ତଫା ଦେଇଥିବା କହିଥିଲେ ।

ଅପରପକ୍ଷେ ନୂଆ ଉପ-ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ । ସେପଟେ ଉପ-ବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତ ବିରୋଧୀ ଓ ଶାସକ ଦଳର ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ସାଲୁଗା ପ୍ରଧାନ । ଏବଂ ନିର୍ଦ୍ୱନ୍ଦ୍ୱରେ ଉପ-ବାଚସ୍ପତିଙ୍କୁ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା