ଓଡିଶା

ବିଧିବଦ୍ଧ ଭାବେ ଶଙ୍ଖ ଧରିଲେ ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଭିକେ ପାଣ୍ଡିଆନ…

ଭୁବନେଶ୍ୱର, ୨୭/୧୧ : ବିଜେଡିରେ ବିଧିବଦ୍ଧ ଭାବେ ଯୋଗ ଦେଲେ ଭି.କେ. ପାଣ୍ଡିଆନ । ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ନବୀନ ପଟ୍ଟନାୟକଙ୍କ ପରେ ବିଜେଡିର ମଙ୍ଗ କିଏ ଧରିବ ଏବଂ କାହାକୁ ନବୀନ ନିଜର ଉତରାଧିକାରୀ କରିବେ? ସେହି ପ୍ରଶ୍ନର ଏବେ ଅଙ୍କୁଶ ଲାଗିଛି । ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ପାଣ୍ଡିଆନ୍ କାର୍ତିକ ପୂର୍ଣ୍ଣମୀ ଅବସରରେ ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି । ଗତ ଅକ୍ଟୋବର ୨୩ତାରିଖରେ ସର୍ବଭାରତୀୟ ପ୍ରଶାସନିକ ସେବା ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ । ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ ୫ ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା । ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ । ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା ।
୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଭିକେ ପାଣ୍ଡିଆନ ବିଜେଡିରେ ସାମିଲ ହେବା ପରେ ରାଜ୍ୟରେ ରାଜନୈତିକ ହଲଚଲ ଦେଖିବାକୁ ମିଳିଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ବିଧିବଦ୍ଧ ଭାବେ ଦଳରେ ସ୍ୱାଗତ କରିଛନ୍ତି । ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ଉଷା ଦେବୀ, ବାସନ୍ତୀ ହେମ୍ବ୍ରମ, ମାନସ ମଙ୍ଗରାଜ, ସମୀର ଦାଶ, କଳିକେଶ ସିଂହଦେଓ ପ୍ରମୁଖ ଏହି ମିଶ୍ରଣ ଅବସରରେ ଉପସ୍ଥିତ ଥିଲେ । ଆଗକୁ ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ଦାୟିତ୍ୱ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ପ୍ରଥମେ ଶ୍ରୀଜୀଉଙ୍କ ଦର୍ଶନ ପରେ ପାଣ୍ଡିଆନ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ପଞ୍ଜାବ କ୍ୟାଡ଼ର ଆଇଏଏସ୍ ଓଡ଼ିଶା କ୍ୟାଡ଼ରର ସୁଜାତା ରାଉତଙ୍କୁ ପ୍ରେମ ବିବାହ କରିବା ପରେ ସେ ନିଜର କ୍ୟାଡ଼ର ପରିବର୍ତନ କରି ଓଡ଼ିଶା ଆସିଥିଲେ । ୨୦୦୨ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କଳାହାଣ୍ଡି ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ । ୨୦୦୫ରୁ ୨୦୦୭ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାପାଳ, ୨୦୦୭ ରୁ ୨୦୧୧ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାପାଳ ଭାବେ ଦାୟିତ୍ୱ ତୁଲାଇଥିଲେ । ଗଞ୍ଜାମ ଜିଲ୍ଲାପାଳ ଭାବେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସିଥିଲେ ଓ ୨୦୧୧ ମେ’ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଯୋଗ ଦେଇଥିଲେ । ସେବେଠୁ ସେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଗତ ୩ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ସଚିବ ଭାବେ ଉଭୟ ଦାୟିତ୍ୱ ତୁଲାଉଥିଲେ ।
ନବୀନ ନିବାସରେ ବିଜେଡିରେ ସାମିଲ ହେବାପରେ ଦଳର ବରିଷ୍ଠ ନେତାମାନଙ୍କ ଗହଣରେ ସେ ଶଙ୍ଖ ଭବନକୁ ଯାଇଥିଲେ । ସେଠାରେ ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହାପରେ ସେ ମା’ ତାରାତାରିଣୀଙ୍କ ଦର୍ଶନ ପାଇଁ ଯିବେ ବୋଲି ଜଣାପଡ଼ିଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା