ଓଡିଶା ମନୋରଞ୍ଜନ

କଟକ ବାଲିଯାତ୍ରାରେ ଭରପୁର ମନୋରଞ୍ଜନ ସହିତ ଆକର୍ଷଣୀୟ ପୁରସ୍କାର ଦେବ ଜୀ ସାର୍ଥକ…

ଭୁବନେଶ୍ୱର, ୨୯/୧୧ (ଅଭିଜିତ୍ ସିଂ) : ଓଡ଼ିଶା ନୌବାଣିଜ୍ୟ ପରମ୍ପରାର ସମୃଦ୍ଧ ତଥା ଗୌରବମୟ ଇତିହାସର ପ୍ରତୀକ ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରା ଆରମ୍ଭ ହୋଇଯାଇଛି । ଏହି ଅବସରରେ ‘ଜୀ ସାର୍ଥକ’ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି । ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବା ସହ ଛୋଟ ଛୋଟ ପ୍ରତିଯୋଗିତା ମାଧ୍ୟମରେ ଆକର୍ଷଣୀୟ ପୁରସ୍କାର ପ୍ରଦାନ କରାଯାଉଛି ।

ଏହି ଷ୍ଟଲରେ ଜୀ ସାର୍ଥକର ଫିଲ୍ମ ଓ ମେଗା ଧାରାବାହିକର ଲୋକପ୍ରିୟ କଳାକାରମାନେ ବାଲିଯାତ୍ରା ବୁଲିବାକୁ ଆସିଥିବା ଦର୍ଶକଙ୍କ ମନୋରଞ୍ଜନ କରିବା ସହ ସେମାନଙ୍କ ସହ ମଧ୍ୟ ମିଶିବେ । ପ୍ରତିଦିନ ଜୀ ସାର୍ଥକରେ ପ୍ରସାରିତ ରିଆଲିଟି ସୋ “ସାରେଗାମାପା”ର କଣ୍ଠଶିଳ୍ପୀମାନେ ଏହି ଠାରେ ଆୟାଜିତ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଗୀତ ଗାଇବେ ଏବଂ ଲୋକପ୍ରିୟ ସୋ “ଦିଦି ନମସ୍କାର” ଫର୍ମାଟରେ ବାଲିଯାତ୍ରାରେ ଦର୍ଶକଙ୍କ ସହ କୌତୁହଳ ପ୍ରଶ୍ନ ଉତର କାର୍ଯ୍ୟକ୍ରମ ଆୟୋଜିତ ହେବ ।
ଜୀ-ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ପ୍ରତୀକ ସିଲ୍ କହିଛନ୍ତି ଯେ, କଟକ ବାଲିଯାତ୍ରା ସାରା ବିଶ୍ୱରେ ପରିଚିତ ଓ ଜୀ-ସାର୍ଥକ ବିଭିନ୍ନ ସମୟରେ ନିଆରା କାର୍ଯକ୍ରମ ଓ ପ୍ରତିଯୋଗିତା ମାଧ୍ୟମରେ ଦର୍ଶକଙ୍କ ନିକଟତର ହେବ ପାଇଁ ଚେଷ୍ଟିତ । ବାଲିଯାତ୍ରା ହେଉଛି ଦର୍ଶକ ଓ କଳାକାରଙ୍କୁ ମିଶାଇବାର ଏକ ପ୍ରମୁଖ ମାଧ୍ୟମ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା