ଦେଶ ବିଦେଶ

କାମ ଦେଲା ମୂଷା ଗାତ ଖୋଳା ପଦ୍ଧତି; ଯୋଦ୍ଧାଙ୍କୁ ମିଳିବ ଲକ୍ଷେ ଟଙ୍କାର ସହାୟତା ରାଶି…

ବ୍ୟୁରୋ ରିପୋର୍ଟ, ୨୯/୧୧ : ଦୀର୍ଘ ୧୭ ଦିନର କଡା ସଂଘର୍ଷ ପରେ ଉତରାଖଣ୍ଡର ଉତରକାଶୀର ଟନେଲ ଭିତରେ ଫସି ରହିଥିବା ସମସ୍ତ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଏହି ୪୧ ଜଣଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ୫ ଜଣ । ସିଲ୍କିୟାରା ସୁଡଙ୍ଗ ଖୋଳିବାରେ ଯେଉଁଠି ମେସିନ ଫେଲ୍ ମାରିଥିଲା, ସେଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା ‘ରାଟ୍ ହୋଲ୍ ମାଇନିଂ’ । ସ୍ୱଦେଶୀ ଜ୍ଞାନ କୌଶଳରେ ମୋଟ୍ ୬ ଜଣ ରାଟ୍ ହୋଲ ମାଇନର୍ସ ଟନେଲ ଭିତରେ ଗାତ ଖୋଳି ଶ୍ରମିକଙ୍କୁ ଉଦ୍ଧାର କରିଛନ୍ତି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ୯ ବର୍ଷ ତଳେ ଅର୍ଥାତ୍ ୨୦୧୪ରେ ଏହି ପଦ୍ଧତିକୁ ନିଷିଦ୍ଧ କରାଯାଇଥିଲା । ପାଇପ ଯୋଗେ ସମସ୍ତଙ୍କୁ ଟନେଲରୁ ବାହାର କରାଯିବା ପରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି । ପ୍ରାଥମିକ ସ୍ୱାସ୍ଥ୍ୟ ଯାଂଚ ପରେ ସମସ୍ତଙ୍କୁ ସ୍ଥାନୀୟ ହସ୍ପିଟାଲକୁ ଆମ୍ବୁଲାନ୍ସ ଯୋଗେ ପଠାଯାଇଛି ।

ରାଟ ମାଇନିଂ ଜରିଆରେ ଶ୍ରମିକମାନେ ୨୪ ଘଂଟାରେ ୧୦ ମିଟର ଗାତ ଖୋଳିଥିଲେ । ବାକି ୨ ମିଟର ଖୋଳା ଯିବା ପରେ ଶ୍ରମିକମାନଙ୍କ ପାଖରେ ପାଇପ ପହଁଚିଥିଲା । ଏହି ପାଇପ ଯୋଗେ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ କେନ୍ଦ୍ରମନ୍ତ୍ରୀ ଜେନେରାଲ ଭିକେ ସିଂହଙ୍କ ସମେତ ଉଦ୍ଧାରକାରୀ ଟିମର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।
ଗତ ନଭେମ୍ବର ୧୨ରେ ଉତରକାଶୀର ଏହି ନିର୍ମାଣାଧୀନ ଟନେଲ ଭୁଶୁଡି ପଡିଥିଲା, ଯେଉଁଥିରେ ଫସି ଯାଇଥିଲେ ୪୧ ଜଣ ଶ୍ରମିକ । ସେମାନଙ୍କୁ ଉଦ୍ଧାର ପାଇଁ ବହୁ ଚେଷ୍ଟା କରାଯାଇଥିଲା । ଅଗର ମେସିନଠୁ ବହୁ ଡ୍ରିଲିଂ ମେସିନ୍ ଏବଂ ରୋବଟ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ । କିନ୍ତୁ ସୁଡ଼ଙ୍ଗ ରାସ୍ତା ଅବରୋଧ କାରଣରୁ ଏହା ସହଜ ହୋଇପାରି ନଥିଲା ।
ଏପଟେ ଉଦ୍ଧାର ହୋଇଥିବା ସମସ୍ତ ୪୧ ଜଣ ଶ୍ରମିକଙ୍କୁ ଉତରାଖଣ୍ଡ ସରକାର ଲକ୍ଷେ ଟଙ୍କା ଲେଖାଏଁ ଦେବେ । ଏହାବାଦ ସୁସ୍ଥ ହେବା ପରେ ସମସ୍ତଙ୍କୁ ନିଜ ନିଜର ରାଜ୍ୟକୁ ପଠାଇବେ ବୋଲି ଧାମି ସୂଚନା ଦେଇଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।