ଓଡିଶା

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ…

ଗଜପତି, ୨୯/୧୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୩ ଶୁଭ ଉଦଘାଟିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମେଳାରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ମାନ୍ୟବର ସାଂସଦ ବ୍ରହ୍ମପୁର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ଜିଲ୍ଲାପରିଷଦ ଅଧ୍ୟକ୍ଷ ଗଜପତି, ଶ୍ରୀମତୀ ନିର୍ମଳା ସେଠୀ, ଅଧକ୍ଷା, ପୌରପରିଷଦ ପାରଳାଖେମୁଣ୍ଡି, ଶ୍ରୀମତୀ ମାରିୟମ ରଇତ, ଅଧ୍ୟକ୍ଷା, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଜପତି ଓ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀଯୁକ୍ତ ଆଇରେନିୟସ ପ୍ରଧାନ ପ୍ରମୁଖ ପ୍ରମୁଖ ମଂଚାସିନ ଥିଲେ । ଏହି କୃଷି ମେଳାରେ ଜିଲ୍ଲାର ଚାଷୀ ଭାଇ ଓ ଭଉଣୀ ମାନଙ୍କର ସବୁ ବର୍ଗର ଚାଷୀ, ମହିଳା ସ୍ୱୟଂ ସହାୟିକା ଗୋଷ୍ଠକୁ ବିଭିନ୍ନ ରିହାତି ମୂଲ୍ୟରେ ଯନ୍ତ୍ରପାତି ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି । କୃଷକମାନେ ଚାଷ ପ୍ରଣାଳୀର ମାନଦଣ୍ଡ ବୃଦ୍ଧି କରି କିଭଳି ଭଲ ଫସଲ ଅମଳ କରିପାରିବେ ଏହି କାର୍ଯ୍ୟକ୍ରମର ମୂଳ ଉଦେ୍ଦଶ୍ୟ ବୋଲି ସୂଚନା ଦିଆଯାଇଛି ।
ଜିଲ୍ଲାର ସମସ୍ତ ଚାଷୀଙ୍କ ଉତ୍ପାଦକ କ୍ଷେତ୍ରରେ କମ୍ ସମୟରେ କେମିତି ଅଧିକରୁ ଅଧିକ ଫସଲ ଉତ୍ପାଦନ କରିପାରିବେ ଓ ରାଜ୍ୟ ସରକାର ଚାଷୀଙ୍କ ଉନ୍ନତିର ବିକାଶ ନିମନ୍ତେ କୃଷି ଯାନ୍ତ୍ରିକ ସୁବିଧା ଯୋଗାଇ ଦେବା ସହିତ ଜିଲ୍ଲା କୃଷି ଯାନ୍ତ୍ରିକ ମେଳା ଆୟୋଜିତ କରାଯାଇଛି ବୋଲି ସମସ୍ତ ଚାଷୀଙ୍କୁ ଉଦବୋଧନ ଦେଇଥିଲେ ଅତିଥି । ଏହାସହ ଚାଷୀଙ୍କର ଆୟକୁ ଦୁଇ ଗୁଣିତ କରିବା ନିମନ୍ତେ ବୈଷୟିକ ଜ୍ଞାନ ଓ ଜୈବିକ ସାର ବ୍ୟବହାର କରିବା ସାଙ୍ଗକୁ ଆଧୁନିକ କୃଷି ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ଆଲୋଚନା କରାଯାଇଥିଲା । ମିଶ୍ରିତ ଫସଲର ଚାଷ, ଅର୍ଥକାରୀ ଫସଲ ପାଇଁ ଉନ୍ନତ ଯନ୍ତ୍ରପାତିର ସଠିକ୍ ଉପଯୋଗ ଓ ପରିଚଳନା ,ଉନ୍ନତ ମାନର ଯାନ୍ତ୍ରିକ କରଣ ସୁବିଧା ଓ ସୁଯୋଗ ନେବା ପାଇଁ ଅତିଥିମାନେ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ କୃଷକଙ୍କୁ ଭଲ ଚାଷ କରୁଥିବାରୁ ସେମାନଙ୍କୁ ମାନପତ୍ର ସହିତ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା ।
ଉନ୍ନତ କୃଷି ଯନ୍ତ୍ରପାତିର ପ୍ରଦର୍ଶନ, ବିଭିନ୍ନ କୃଷି ଯନ୍ତ୍ରପାତି ପାଇଁ ସରକାରୀ ଆର୍ଥôକ ସହାୟତା ସଚେତନ କରାଇବା, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟ ମାନଙ୍କ ନିମନ୍ତେ ବିଶେଷ ରିହାତି ଓ ବିକ୍ରୟ ବ୍ୟବସ୍ଥା, ବ୍ୟାଙ୍କ ସହାୟତା କେନ୍ଦ୍ର ମାଧ୍ୟମରେ କୃଷି ଯନ୍ତ୍ରପାତି ପାଇଁ ଋଣର ବ୍ୟବସ୍ଥା, କୃଷି ଓ ଅଣ ସଂଗଠିତ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ଏବଂ ନିର୍ଦ୍ଧାରିତ ସରକାରୀ ରିହାତିରେ କୃଷି ଯନ୍ତ୍ରପାତି କ୍ରୟ ନିମନ୍ତେ ଅଗ୍ରୀମ ଉତ୍ପାଦନ ବୃଦ୍ଧିର ବ୍ୟବସ୍ଥା ରହିଛି । ଏହି କୃଷି ଯନ୍ତ୍ରପାତି ମେଳାରେ ୫୪ ଟି ଷ୍ଟୋଲ୍ ଖୋଲା ଯାଇ ବିଭିନ୍ନ ଆଧୁନିକ କୃଷି ଯନ୍ତ୍ରପାତି ପ୍ରଦର୍ଶନ ସହିତ ରିହାତି ଦରରେ ଯୋଗାଣ ବ୍ୟବସ୍ଥା କରାଯାଇଛି ।
ଏହି ବୈଠକରେ ସୁନେମୀ ମଣ୍ଡଳ, ଅଧକ୍ଷା, ପଂଚାୟତ ସମିତି ଗୁମ୍ମା, ଉପନିଦେ୍ର୍ଦଶକ ଉଦ୍ୟାନ ବିଭାଗ ଅଧିକାରୀ ସୁଶାନ୍ତ ରଞ୍ଜନ ଦାସ ଓ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀଗଣଙ୍କ ସମେତ କୃଷୀ ଓ ଆନୁସଙ୍ଗିକ ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗଦେଇ ଚାଷୀ ମାନଙ୍କୁ କୃଷି ଯନ୍ତ୍ରପାତିର ବହୁଳ ବ୍ୟବହାର ଏବଂ ଉଦ୍ୟୋଗୀ କରଣ ଉପରେ ଆଲୋଚନା କରିଥିଲେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା