ଓଡିଶା

ଛାତ୍ରଛାତ୍ରୀଙ୍କ ଅର୍ନ୍ତନିହିତ କଳାକୁ ବିକଶିତ କରୁଛି ନବୀନ ଓଡିଶା କାର୍ଯ୍ୟକ୍ରମ…

ଜଗତସିଂହପୁର, ୦୯/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ରାହମା ସ୍ଥିତ ସାରଳା ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡିଶା ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ଅତିଥି ଭାବରେ ପାରାଦ୍ୱୀପ ବିଧାୟକ ସମ୍ବିତ ରାଉତରାୟ, ସ୍ଥାନୀୟ ସରପଂଚ ସରୋଜ କୁମାର ସେଠୀ, କୁଜଙ୍ଗ ବ୍ଳକ ଅଧ୍ୟକ୍ଷା, ସମାଜସେବୀ ସୁନାକର ବେହେରା ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭ ଉଦ୍ଘାଟନ କରିଥିଲେ । ଯୁବକଯୁବତୀମାନଙ୍କ ମଧ୍ୟରେ ରହିଥିବା ଲୁକାୟିତ ପ୍ରତିଭାର ପରିସ୍ପୁଟନ କରିବା ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ଅତିଥିମାନେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଯୁବକଯୁବତୀମାନେ ନୃତ୍ୟ, ସଙ୍ଗୀତ, ଚିତ୍ରକଳା, କ୍ରୀଡା, ସାମାଜିକ କାର୍ଯ୍ୟ ଆଦି ବିଭିନ୍ନ କ୍ଷେତ୍ରରେ ନିଜର ପରାକାଷ୍ଠା ଦେଖାଇ ଆଗକୁ ଯାଇପାରିବେ ବୋଲି ବିଧାୟକ କହିଛନ୍ତି । ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ପ୍ରମୁଖ ପରିଚାଳନା କରିଥିଲେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା