ଓଡିଶା

ଠାକୁର ଅନୁକୂଳଚନ୍ଦ୍ରଙ୍କର ୧୩୬ତମ ଜନ୍ମ ମହୋତ୍ସବ ପାଳିତ

ଜଗତସିଂହପୁର, ୧୧/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ସତସଙ୍ଗ ବିହାର ପକ୍ଷରୁ ନବକୃଷ୍ଣ ଷ୍ଟାଡିୟମ ପରିସରରେ ଠାକୁର ଅନୁକୂଳଚନ୍ଦ୍ରଙ୍କର ୧୩୬ତମ ଜନ୍ମ ମହୋତ୍ସବ ଓ ବଡଦାଙ୍କର ଜଗତସିଂହପୁର ଆଗମନର ୫୦ ବର୍ଷ ପୂର୍ତି ସ୍ମରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ପରେ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଶୁଭ ଉଦ୍ଘାଟନ କରିଥିଲେ । ସତସଙ୍ଗ ଉତ୍ସବ କମିଟିର ସଭାପତି ଅଭୟ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟବକ୍ତା ଭାବରେ ପ୍ରଫେସର କେଦାରନାଥ ମହାନ୍ତି, ପୂର୍ବତନ ବିଧାୟକ ଜ୍ୟୋତିଶ ଚନ୍ଦ୍ର ଦାସ,ଦୀକ୍ଷାପତ୍ର କାର୍ଯ୍ୟକ୍ରମର ଜିଲ୍ଲା କୋଅରଡିନେଟର କଳିଙ୍ଗ କେଶରୀ ରଥ, ବିଜୟ କୁମାର ସ୍ୱାଇଁ ପ୍ରମୁଖ ଯୋଗ ଦେଇ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ଭାବଧାରା ଉପରେ ଆଲୋକପାତ କରିଥିଲେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା