ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜରେ ନବୀନ ଓଡ଼ିଶା ନୂଆ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଜଗତସିଂହପୁର, ୧୩/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ଆଶ୍ରମ ପାଟଣାସ୍ଥିତ ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜରେ ନବୀନ ଓଡ଼ିଶା ନୂଆ ଓଡ଼ିଶା ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡିଗ୍ରୀ କଲେଜର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଡିଗ୍ରୀ କଲେଜର ଛାତ୍ରଛାତ୍ରୀମାନେ ଯୋଗ ଦେବା ସହିତ ଡ୍ୟାନ୍ସ, ସଙ୍ଗୀତ ଓ ମେହେନ୍ଦୀ ଇତ୍ୟାଦି ପ୍ରତିଯୋଗିତାରେ ଅଂଶଗ୍ରହଣ ଗ୍ରହଣ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମକୁ କଲେଜର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ପରିଚାଳନା କରିଥିଲେ ।