ସମ୍ମାନିତ ଯୁବ ବିକାଶ କାର୍ଯ୍ୟକ୍ରମ ଆୟୋଜିତ…

ଜଗତସିଂହପୁର, ୨୧/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଆଶ୍ରମ ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ଓଡ଼ିଶା ସରକାରଙ୍କ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରବିନାରାୟଣ ରଥଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଂଚ ଲିପକ କୁମାର ସାହୁ ଓଣଊଚର ନୋଡାଲ ଅଧିକାରୀ ଅଧ୍ୟାପକ ଲକ୍ଷ୍ମୀଧର ପ୍ରଧାନ, ପିତାମ୍ବର ସାହୁ, ଲୋଚନ କୁମାର ପତି, କୃଷ୍ଣଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇ ଓଡ଼ିଶା ସରକାରଙ୍କ ପ୍ରାୟୋଜିତ ସମ୍ମାନିତ ଯୁବ ବିକାଶ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଶେଷରେ ସାଂସ୍କୃତିକ ଓ କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ସାଫଲ୍ୟ ମଣ୍ଡିତ କରିଥିଲେ ।