ଓଡିଶା

ବିଜେଡି ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନା ଦଳକୁ ୨୭ ବର୍ଷରେ ପହଞ୍ଚାଇଛି…

ଜଗତସିଂହପୁର, ୨୬/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ବିଜୁ ଜନତା ଦଳର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଶାରଦା ମଣ୍ଡପ ଠାରେ ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆୟୋଜିତ ଉତ୍ସବରେ ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କ ସମେତ ଜଗତସିଂହପୁର ଓ ନାଉଗାଁ ବ୍ଲକର ସରପଞ୍ଚ, ସମିତି ସଭ୍ୟ ଓ ବହୁ ସଂଖ୍ୟାରେ ବିଜେଡି କର୍ମୀମାନେ ଉପସ୍ଥିତ ରହିଥିଲେ । ସେହିପରି ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ପକ୍ଷରୁ ଅଢଙ୍ଗଠାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ନେତୃତ୍ୱରେ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ବିଜେଡି ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନା ଆଜି ଦଳକୁ ୨୭ ବର୍ଷରେ ପହଞ୍ଚାଇ ପାରିଛି । ସାଧାରଣ ଲୋକମାନଙ୍କ ଆଶ୍ରୀର୍ବାଦରୁ ନବୀନ ପଟନାୟକ ପଞ୍ଚମ ଥର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

ଆଗାମୀ ଦିନରେ ବିଜୁ ଜନତା ଦଳ ଲୋକମାନଙ୍କ ବଳ ହେବା ସହିତ ସାଧାରଣ ଲୋକଙ୍କ ସୁଖ ଦୁଃଖର ସାମିଲ ହୋଇ ରହିବ ବୋଲି କହିଛନ୍ତି ବିଧାୟକ । ସେହିପରି ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ପକ୍ଷରୁ କରକେଇ ହାଟ ପଡିଆ ଠାରେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସଙ୍କ ନେତୃତ୍ୱରେ ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ କଟକ-ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ, ଚଳଚିତ୍ର ଅଭିନେତା କୁନା ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ବିଜୁ ଜନତା ଦଳର ଲକ୍ଷ୍ୟ ଏବଂ ଆଭିମୁଖ୍ୟ ବାବଦରେ ବକ୍ତବ୍ୟ ରଖିବା ସହିତ ଆଗାମୀ ଦିନରେ ଦଳ କିପରି ଆହୁରି ମଜବୁତ ହୋଇପାରିବ ସେଥିପାଇଁ ସଂକଳ୍ପ ନେବାର ରହିଛି ବୋଲି ଅତିଥିମାନେ କହିଥିଲେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା