ଓଡିଶା

ଷୋଳପଦା ଡ଼ିଗ୍ରୀ କଲେଜରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ…

ଆଠମଲ୍ଲିକ, ୪/୧ (ଧନଞ୍ଜୟ ନାୟକ) : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକର ଠାକୁରଗଡ଼ ଷୋଳପଦା ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଆଠମଲ୍ଲିକ ବ୍ଲକ ଅଧ୍ୟକ୍ଷ ଦୁଃଶାସନ ରାଉଳ, କଲେଜ ଅଧ୍ୟାପିକା ପ୍ରତିମା ବାଘଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ଅନୁଗୁଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଆଠମଲ୍ଲିକ ଉପଜିଲ୍ଲାପାଳ ଡ଼. ଜିତେନ୍ଦ୍ର ପାତ୍ର ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ଷୋଳପଦା ଡ଼ିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପିକା କଲ୍ୟାଣୀ ରୂପା ମିଶ୍ର ମଂଚ ପରିଚାଳନା କରିଥିଲେ । ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ ଧର୍ମୀ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଇଂରାଜୀ ଅଧ୍ୟାପକ ସରୋଜ କୁମାର ସାହୁ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ଏଥିରେ ଅଧ୍ୟାପକ ତରୁଣ କୁମାର ପ୍ରଧାନ, ଟୁକୁନା ପ୍ରଧାନ ଯୋଗ ଦେଇଥିଲେ । ବାର୍ଷିକ କ୍ରୀଡ଼ା ଉତ୍ସବ ସହ ନବୀନ ଓଡିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ଅବସରରେ କଲେଜ ଅଧ୍ୟକ୍ଷା ଭିତ୍ତିଭୂମିର ଉନ୍ନତି ନିମନ୍ତେ ଅତିଥିମାନଙ୍କୁ ନିବେଦନ କରିଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା