ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ପ୍ରତିଯୋଗିତା ଉଦଯାପନୀ…

ଜଗତସିଂହପୁର, ୯/୧ (ରୀତା ସାହୁ) : ଆଶ୍ରମପାଟଣାସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ-ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଅଧ୍ୟକ୍ଷ ଶ୍ରୀଯୁକ୍ତ ରବିନାରାୟଣ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଫେସର ଡଃ ନଟବର ଶତପଥୀ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଫେସର ଡ଼ଃ ବାବାଜୀ ଚରଣ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ଭାଷା ସାହିତ୍ୟ ଓ ସଂସ୍କୃତିର ଐତିହ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ସ୍ୱାଧୀନତା ସଂଗ୍ରାମରେ ଓଜସ୍ୱିନୀ ଓଡ଼ିଆ ଭାଷାର ବ୍ୟବହାରକୁ ଗୁରୁତ୍ୱ ଦେଇଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବାଇଶି ମୌଜା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଭୁଦତ ପ୍ରଧାନ, ବ୍ୟକ୍ତିଙ୍କ ଜୀବନରେ ଓଡ଼ିଆ ଢଗଢମାଳିର ବ୍ୟବହାର ଉପରେ ଗୁରୁତ୍ୱ ଦେଇଥିଲେ । ଏହି ଉତ୍ସବରେ ଶ୍ରୀଯୁକ୍ତ ପିତାମ୍ବର ସାହୁ, ଶ୍ରୀଯୁକ୍ତ ଲକ୍ଷ୍ମୀଧର ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ସଫଳତା ପାଇଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ଓ କପ ପ୍ରଦାନ କରାଯାଇଥିଲା । ପରିଶେଷରେ କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।