ଓଡିଶା

ସାହିତ୍ୟ ପତ୍ରିକା ନୀଳକଇଁର ସମ୍ମାନ ସମାରୋହ ଅନୁଷ୍ଠିତ…

ଜଗତସିଂହପୁର, ୧୨/୨୪ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲାପାଳ ସମ୍ମୁଖ ପଡିଆରେ ଓଡ଼ିଆ ସାହିତ୍ୟ ପତ୍ରିକା ନୀଳକଇଁ ପ୍ରତିଷ୍ଠାନର ୧୬ ତମ ବାର୍ଷିକ ଉତ୍ସବ ଓ ନୀଳକଇଁ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ନୀଳକଇଁର ସମ୍ପାଦିକା ସସ୍ମିତା ଦାସଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ତଥା ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, ରାଜ୍ୟ ସଭା ସାଂସଦ ମୁନା ଖାଁ, ସାହିତି୍ୟକ ଡ଼ଃ ଅଜୟ ସ୍ୱାଇଁ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଉପରେ ଆଲୋଚନା କରାଯିବା ସହିତ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା । ପରେ ନୀଳକଇଁ ପରିବାର ପକ୍ଷରୁ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ ବିଭିନ୍ନ କଳା ପ୍ରତିଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା