ଧରାଧାରପୁର ପଂଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ…

ଜଗତସିଂହପୁର, (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଧରାଧରପୁର ପଂଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ରଘୁନାଥପୁର ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀ ବେହେରା, ଉପାଧ୍ୟକ୍ଷ ଦେବାଶିଷ ତ୍ରିପାଠୀ, ସ୍ଥାନୀୟ ସରପଞ୍ଚଙ୍କ ସହିତ ବ୍ଲକ ଅଧିକାରୀ ପ୍ରମୁଖ ଯୋଗ ଦେଇ ସଚେତନତା କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏଥିରେ ବହୁ ଜନସାଧାରଣ ଉପସ୍ଥିତ ଥିଲେ । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ପଂଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ତେବେ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଯାଉଛି ବୋଲି ଅତିଥିମାନେ କହିବା ସହିତ ଏହି ସଚେତନତା କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦେ୍ଦଶ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ପରେ ପଞ୍ଚାୟତରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସରପଞ୍ଚଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।