ଓଡିଶା

ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଅବଗତ କରାଉଛି ଆମ ଓଡ଼ିଶା ନବୀନ ଓଡ଼ିଶା…

ଢ଼େଙ୍କାନାଳ, (ସୁଜିତ୍ କୁମାର ବେହେରା) : ଢ଼େଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ୍ କନ୍ତାମିଲା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାଏକ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ସୁମନ୍ତ ଦେହୁରୀ, ସରପଞ୍ଚ ସୁନନ୍ଦା ଅମାନ୍ତଙ୍କ ସମେତ ଅନେକ ସଭ୍ୟ, ସଭ୍ୟା, ଛାତ୍ରଛାତ୍ରୀ, ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ଥିଲେ । କନ୍ତାମିଲା ପଞ୍ଚାୟତରେ ହୋଇଥିବା ଉନ୍ନୟନ ମୂଳକ କାର୍ଯ୍ୟ ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ୧୪ଟି ପ୍ରକଳ୍ପ ପାଇଁ ୫୦ ଲକ୍ଷ ଟଙ୍କା, ଏବଂ ବିଭିନ୍ନ କଲ୍ୟାଣକାରୀ ଯୋଜନା ମାଧ୍ୟମରେ ପଞ୍ଚାୟତରେ ହୋଇଥିବା ଉନ୍ନୟନ ମୂଳକ କାର୍ଯ୍ୟ ଗୁଡ଼ିକୁ ଲୋକଲୋଚନକୁ ଅଣାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ ଦ୍ୱାରା ସଙ୍ଗୀତ ପରିବେଷଣ ଏବଂ ନାଚ ଗୀତରେ ଦର୍ଶକ ଝୁମିବା ସହିତ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରଯାଇଥିଲା ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା