ଓଡିଶା

ରାଜ୍ୟବାସୀଙ୍କୁ ୧୯ ହଜାର ୬୦୦ ଶହ କୋଟି ଟଙ୍କାର ଭେଟି ଦେବେ ମୋଦି…

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସେ ରାଜ୍ୟବାସୀଙ୍କ ନିମନ୍ତେ ୧୯ ହଜାର ୬୦୦ ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଏବଂ ଶୁଭ ଉଦଘାଟନ କରିବେ । ପରେ ସାଧାରଣ ସଭାରେ ଉପସ୍ଥିତ ରହି ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

ପ୍ରଧାନମନ୍ତ୍ରୀ ଅପରାହ୍ନରେ ଭୁବନେଶ୍ୱର ଆସି ସିଧା ଚଣ୍ଡୀଖୋଲ ଯିବେ । ସେଠାରେ ସେ ରାଜ୍ୟବାସୀଙ୍କୁ ୧୯, ୬୦୦ କୋଟି ଟଙ୍କାର ଭେଟି ଦେବେ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ । ଏହି ଅବସରରେ ବିଜେପି ବିଧାୟକ, ସାଂସଦ ଓ ନେତା ଉପସ୍ଥିତ ରହିବେ । ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ଗସ୍ତ ଓ ସାଧାରଣ ସଭାକୁ ନେଇ ରାଜ୍ୟ ବିଜେପି ବେଶ ଉତ୍ସାହିତ ରହିଛି ।

ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ । ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ।

ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିବେ । ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ ହେବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିବେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି ।

ମୋଦିଙ୍କ ଗସ୍ତକୁ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ କମିଶନର । ବିମାନବନ୍ଦରକୁ କଡା ନଜରରେ ରଖାଯାଇଛି । ଭୁବନେଶ୍ୱର ଡିସିପି ସୁରକ୍ଷା ଦାୟିତ୍ୱରେ ରହିଛନ୍ତି । ବିମାନବନ୍ଦରରୁ ରାଜଭବନ ଯାଏଁ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବା ସହ ଡଗସ୍କ୍ୱାର୍ଡ ଓ ବମସ୍କ୍ୱାର୍ଡ ନିୟୋଜିତ ଅଛନ୍ତି । ମୋଦିଙ୍କ ଗସ୍ତ ସମୟରେ ସୁରକ୍ଷା ଦାୟିତ୍ୱରେ ୬ଜଣ ଆଡିସିନାଲ ଡିସିପି, ୧୦ ଜଣ ଏସିପି, ୧୯ ଇନସ୍ପେକ୍ଟର, ୬୯ ଅଫିସର ରହିବେ । ବନ୍ଧୁକଧାରୀ ପୁଲିସ ଓ ଓଡ୍ରାଫ ଟିମ ବି ମୁତୟନ ରହିବେ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ଚଣ୍ଡୀଖୋଲ ଯାଏଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା