ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ନାମାଙ୍କନ ଭରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ସେ ସମ୍ବଲପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନାମାଙ୍କନ ଭରିଛନ୍ତି । ଏହି ସମୟରେ ଦଳୀୟ ବିଧାୟକ ପ୍ରାର୍ଥୀ ଓ ଦଳର କିଛି ବରିଷ୍ଠ ନେତା ଉପସ୍ଥିତ ଥିଲେ । ଗତକାଲି ଧର୍ମେନ୍ଦ୍ରଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିବା ବିଜେଡିରୁ ପ୍ରଣବ ପ୍ରକାଶ ଦାସ ନାମାଙ୍କନ ଦାଖଲ କରିଥିଲେ ।
ଧର୍ମେନ୍ଦ୍ର ନାମାଙ୍କନ ଭରିବା ପୂର୍ବରୁ ଦଳୀୟ କର୍ମୀ ଓ ସମର୍ଥକଙ୍କ ସହ ମା’ ସମଲେଶ୍ୱରୀ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ଲୋକସଭା ନିର୍ବାଚନ ଲଢୁଛନ୍ତି । ପ୍ରଥମଥର ପାଇଁ ସେ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ।