ଓଡିଶା

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି, କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି…

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି । ଆଜି ପାଇଁ ୬ ଜିଲ୍ଲା ଏବଂ ୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ପାଗରେ ପରିବର୍ତ୍ତନ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଏପରିକି ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି । ଏହି ସମୟରେ ଆଶ୍ୱସ୍ତି କର ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ୮ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ି ଅନ୍ୟ ସ୍ଥାନରେ ବଜ୍ରପାତ ଓ ଝଡ଼ ତୋଫାନ ଆଶଙ୍କା ରହିଛି । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଂଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ଏହି ସମୟରେ ସମୁଦ୍ର ମଧ୍ୟ ଅଶାନ୍ତି ରହିବ । ତେଣୁ ୬ରୁ ୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା