ଓଡିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ…

ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ । ମତଦାନ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ଚାଲିବ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ । ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୪ଟି ପର୍ଯ୍ୟାୟରେ ସଂସଦୀୟ କ୍ଷେତ୍ର ଲାଗି ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ଲାଗି ୨୪୩ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି ।
ପ୍ରଥମ ପର୍ଯ୍ୟାୟରେ ପ୍ରଦୀପ ପାଣିଗ୍ରାହୀ, ଭୃଗୁ ବକ୍ସିପାତ୍ର, ପ୍ରଦୀପ ମାଝୀ, ତାରାପ୍ରସାଦ ବାହିନୀପତି, ଭକ୍ତ ଦାସ, ଶରତ ପଟ୍ଟନାୟକ, ବିଜୟ ପଟ୍ଟନାୟକ, ସପ୍ତଗିରି ଉଲାକା, ରମେଶଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର, କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ଭଳି ହେଭିୱେଟ୍ ନେତା ମାନଙ୍କର ଭାଗ୍ୟ ପରୀକ୍ଷା ହେବ ।
ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୧୭ହଜାର ପୋଲିସ୍ ଫୋର୍ସ, ୧୦୪ କମ୍ପାନୀ ଅର୍ଦ୍ଧସାମରିକ ସୈନିକ ବାହିନୀ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି । ସୀମାନ୍ତ ଅଞ୍ଚଳରେ ମଧ୍ୟ ପୋଲିସ ପକ୍ଷରୁ କଡାକଡି ଚେକିଂ କରାଯାଉଛି । ହେଲିକପ୍ଟର ଓ ଏୟାର ଆମ୍ବୁଲାନ୍ସର ମଧ୍ୟ ବ୍ୟବସ୍ଥା କରାଯାଇଛି ।