ଓଡିଶା

ଗିରଫ ହେଲେ ବିଧାୟକ ପ୍ରାର୍ଥୀ ଶିବଶଙ୍କର…

ଗିରଫ ହେଲେ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ । ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରିଛି । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ପୋଲିସ ତାଙ୍କୁ ଜେଲକୁ ପଠାଇ ଦେଇଛି । ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଓରଫ୍ ପିଣ୍ଟୁଙ୍କ ବିରୋଧରେ ପୋଲିସ ହତ୍ୟା ଉଦ୍ୟମ ଦଫା ଲଗାଇ ମାମଲା ରୁଜୁ କରିଛି । ଗତ ସୋମବାର ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଦାସ । ଫଳରେ ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା ।

ପ୍ରଥମେ ଏମକେସିଜି ହସ୍ପିଟାଲରେ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱର ଏମ୍‌ସ ସ୍ଥାନାନ୍ତର କରାଯାଇଛି । ତାଙ୍କ ପଞ୍ଜରା ହାଡ଼ରେ ଫ୍ରାକ୍ଚର ହୋଇଥିବା ସୂଚନା ମିଳିଛି । ଗତ ସୋମବାର ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା । ଏହି ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା