ଓଡିଶା

ଓଡିଶାରେ ଆଜି ପ୍ରଚାର କରିବେ ଶାହା, ନଡ୍ଡା ଏବଂ ରାହୁଲ…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଆଉ ୩ଟି ପର୍ଯ୍ୟାୟ ମତଦାନ ବାକି ରହିଛି । ଏଥର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ହେବ ବୋଲି ବିଜେପିର ପ୍ରମୁଖ ନେତା ଗ୍ୟାରେଣ୍ଟି ଦେଉଥିବା ବେଳେ ଦଳର ପ୍ରମୁଖ ନେତାଙ୍କ ତୁହାକୁ ତୁହା ନିର୍ବାଚନୀ ପ୍ରଚାର ରାଜନୈତିକ ଉଷ୍ମତାକୁ ବୃଦ୍ଧି କରିଛି । ଏହି ପରିପ୍ରେକ୍ଷୀରେ ଆଜି  ନିର୍ବାଚନ ପ୍ରଚାର ପାଇଁ ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।

କେନ୍ଦ୍ର ଗୃହ ମନ୍ତ୍ରୀ  ଅମିତ ଶାହ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ୱତନ୍ତ୍ର ବିମାନ ଯୋଗେ ଗଞ୍ଜାମ ଜିଲ୍ଲାର ସୋରଡ଼ା ଯାଇ ଆସ୍କା ସଂସଦୀୟ କ୍ଷେତ୍ର ପାଇଁ ପ୍ରଚାର କରିବେ । ପରେ ବୌଦ୍ଧରେ ପହଞ୍ଚି ଦଳୀୟ ସମାବେଶରେ ଯୋଗଦେବେ । ସନ୍ଧ୍ୟାରେ କଟକରେ ବି ରୋଡ ସୋ’ କରିବେ ଅମିତ୍ ଶାହା । ସେଥିପାଇଁ ରାଜ୍ୟ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଆଜି ଭୁବନେଶ୍ୱର ଆସିବେ । ସେ ଭୁବନେଶ୍ୱରରେ ଆୟୋଜିତ ଶୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ସହ ସେ ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ପଦ୍ମପୁର ଓ ସୁନ୍ଦରଗଡ଼ରେ ଆୟୋଜିତ ହେବାକୁ ଥିବା ଜନସଭାରେ ଉଦବୋଧଦନ ଦେବା ନେଇ ବିଜେପି ସୂତ୍ରରୁ ସୂଚନା ମିଳିଛି । ସେହିପରି ଲୋକସଭା ବାଚସ୍ପତି ଓମ ବିର୍ଲା ମଧ୍ୟ ବିଜେପିର କର୍ମକର୍ତା ବୈଠକରେ ଯୋଗ ଦେବେ । ସନ୍ଧ୍ୟାରେ ସମ୍ବଲପୁରରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ ଓମ୍ ବିର୍ଲା ।

ସେହିପରି କଂଗ୍ରେସର ମନୋବଳ ବଢ଼ାଇବା ପାଇଁ ରାହୁଲ ଗାନ୍ଧୀ ମଧ୍ୟ ଆଜି ଓଡ଼ିଶା ଆସୁଛନ୍ତି । ବଲାଙ୍ଗିରରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ ରାହୁଲ ଗାନ୍ଧୀ । ରାହୁଲଙ୍କ ଗସ୍ତକୁ ନେଇ କଂଗ୍ରେସ ଜୋରଦାର ପ୍ରସ୍ତୁତି କରାଯାଇଛି । ନିକଟରେ ରାହୁଲ ଗାନ୍ଧୀ ରାୟଗଡା ଆସିବାର ଥିଲା । ହେଲେ ସେଦିନ ରାହୁଲ ନାମାଙ୍କନ ଭରିବାକୁ ଥିବାରୁ ତାଙ୍କ ଗସ୍ତ ବାତିଲ ହୋଇଥିଲା । ଭିଡିଓ କନଫରେନ୍ସିଂରେ ସାମିଲ ହୋଇଥିଲେ ରାହୁଲ ଗାନ୍ଧୀ ।

ଏହାସହ ଆସନ୍ତା ୨୦ ତାରିଖରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ପୁରୀରେ ରୋଡ଼ ସୋ ସହ ଅନୁଗୁଳ ଓ କଟକରେ ବିଶାଳ ଜନସଭା କରିବେ ମୋଦି । ପୂର୍ବରୁ ଭୁବନେଶ୍ବରରେ ବିଶାଳ ରୋଡ଼ ସୋ ସହ ଗୋଟିଏ ଦିନରେ ୩ଟି ଜନସଭା କରି ଓଡ଼ିଶାରେ ବିଜେପି ସରକାର ଗଠନ ନେଇ ଗ୍ୟାରେଣ୍ଟି ଦେଇଛନ୍ତି ମୋଦି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା