ଓଡିଶା

ବରଗଡ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୯.୩୨% ଭୋଟ୍ ଗ୍ରହଣ…

ରାଜ୍ୟରେ ଆଜି ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଓଡିଶାର ୫ ସଂସଦୀୟ କ୍ଷେତ୍ର ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ସହ ଆଜି ୩୫ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି । ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ମୋଟ୍ ୯ ହଜାର ୧୪୮ ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଭୋଟର ଏବଂ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି ।

ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ଭୋଟ୍ ପଡିଛି । ବରଗଡ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୯.୩୨% ଭୋଟ୍ ପଡିଛି । ଏହାସହ ଆସ୍କା ସଂସଦୀୟ କ୍ଷେତ୍ରରେ ୭.୬୨%, ବଲାଙ୍ଗୀରରେ ୫.୭୬% ଏବଂ କନ୍ଧମାଳରେ ୬.୭୯ % ମତଦାନ ହେଇଛି । ଏହାସହ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରରେ ସକାଳ ୯ଟା ସୁଦ୍ଧା ୪.୮୯ ପ୍ରତିଶତ ମତଦାନ ହେଇଥିବା ନେଇ ସୂଚନା ମିଳିଛି ।

୫ ଲୋକସଭା କ୍ଷେତ୍ରରେ ମୋଟ ୪୦ ଜଣ ପ୍ରାର୍ଥୀ ନିର୍ବାଚନୀ ରଣାଙ୍ଗନରେ ଅଛନ୍ତି । ଏମାନଙ୍କ ମଧ୍ୟରୁ ୩୪ ପୁରୁଷ ଓ ୬ ଜଣ ମହିଳା ରହିଛନ୍ତି । ୩୫ ବିଧାନସଭା କ୍ଷେତ୍ରରେ ମୋଟ ୨୬୫ ଜଣ ପ୍ରାର୍ଥୀ ଭାଗ୍ୟ କରୁଥିବା ବେଳେ ଏମାନଙ୍କ ମଧ୍ୟରେ ୨୨୪ ପୁରୁଷ ଓ ୪୧ ମହିଳା ଅଛନ୍ତି ।

୫ ଲୋକସଭା ଆସନରେ ହେଭିୱେଟଙ୍କ ମଧ୍ୟରେ ଅଛନ୍ତି ବଲାଙ୍ଗିରର ବିଜେପି ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂହଦେଓ ଓ କଂଗ୍ରେସର ସୁରେନ୍ଦ୍ର ସିଂ ଭୋଇ, ସୁନ୍ଦରଗଡର ବିଜେପି ପ୍ରାର୍ଥୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ଓ ବିଜେଡି ପ୍ରାର୍ଥୀ ତଥା ହକି ତାରକା ଦିଲ୍ଲୀପ ତିର୍କୀ, ବରଗଡରେ ବିଜେପିର ବରିଷ୍ଠ ନେତା ପ୍ରଦୀପ ପୁରୋହିତ ଓ କନ୍ଧମାଳରେ ବିଜେଡିର ଅଚ୍ୟୁତ ସାମନ୍ତ ।  

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା