ଓଡିଶା

ଆଇପିଏସ୍ ଡିଏସ କୁଟ୍ଟେଙ୍କୁ ନିଲମ୍ବନ ନିର୍ଦ୍ଦେଶ…

ରାଜ୍ୟର ଦୁଇ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ମିଳିଛି ଇସିଆଇଙ୍କ ନିର୍ଦ୍ଦେଶ । ଆଇପିଏସ୍ ଡିଏସ କୁଟ୍ଟେଙ୍କୁ ନିଲମ୍ବନ ନିର୍ଦ୍ଦେଶ ଏବଂ ଆଇପିଏସ୍ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ୧୯୯୭ ବ୍ୟାଚ୍ ଆଇପିଏସ୍ ଡିଏସ କୁଟ୍ଟେଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି ଓ ତାଙ୍କୁ ଆସନ୍ତାକାଲି ଅପରାହ୍ନ ୩ଟା ସୁଦ୍ଧା ଦିଲ୍ଲୀରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଇଭିଏମ୍ ମେସିନ୍ ଭଙ୍ଗା ଘଟଣାରେ ଫସାଇବା ଡିଏସ୍ କୁଟ୍ଟେଙ୍କୁ ମହଙ୍ଗା ପଡ଼ିଛି । ସେହିପରି ୨୦୧୦ ବ୍ୟାଚ୍ ଆଇପିଏସ୍ ଆଶିଷ କୁମାର ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଂଚ ଭୁବନେଶ୍ୱର ଏମସ୍ ଡାକ୍ତର ବୋର୍ଡ କରିବାକୁ ଆଜି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ମେ ୩୦ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ପାଇଁ ଆଶିଷଙ୍କୁ ନିର୍ଦ୍ଦେଶ ମିଳିଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା