ଓଡିଶା

ବିଧାୟକ ଭାବେ ଶପଥ ନେଲେ ୫ଟି ପାଳିର ମୁଖ୍ୟମନ୍ତ୍ରୀ ନବୀନ…

ବଦଳିଛି ସରକାର । ଆଉ ବଦଳିଛି ପଦବୀ । ଏହାରି ଭିତରେ ଗତ ୫ଟି ପାଳିରେ ମୁଖ୍ୟମନ୍ତ୍ରୀ ଗାଦିରେ ବସୁଥିବା ନବୀନ ପଟ୍ଟନାୟକ ଏଥର କିନ୍ତୁ ବିରୋଧୀ ଦଳ ଆସନରେ ବସିଛନ୍ତି । ହିଞ୍ଜିଳିରୁ ବିଧାୟକ ଭାବେ ନିର୍ବାଚିତ ହୋଇ ସେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନବୀନଙ୍କୁ ବିଧାୟକ ଭାବେ ଶପଥପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ବିଧାୟକ ଭାବେ ଶପଥ ଗ୍ରହଣ କରିଥିବା ବେଳେ ପର୍ଯ୍ୟାୟକ୍ରମେ ଅନ୍ୟ ବିଧାୟକ ମାନେ ଶପଥ ନେଇଛନ୍ତି । ନବୀନ ପଟ୍ଟନାୟକ ବିଧାନସଭାରେ ପହଞ୍ଚିବା ପରେ ବିଜେଡିର ଅନ୍ୟ ବିଧାୟକ ମାନେ ତାଙ୍କୁ ପାଛୋଟି ନେଇଥିଲେ ।

ଚଳିତଥର ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢିଥିଲେ ନବୀନ ପଟ୍ଟନାୟକ । କଣ୍ଟାବାଞ୍ଜିରେ ନବୀନ ପରାଜିତ ହୋଇଥିବା ବେଳେ ହିଞ୍ଜିଳି ଆସନରୁ ସ୍ବଳ୍ପ ବ୍ୟବଧାନ ଭୋଟରେ ବିଜୟୀ ହୋଇଥିଲେ ନବୀନ । ବିଧାନସଭାରେ ସନ୍ଧ୍ୟା ୫ଟା ଯାଏଁ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ । ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା